November 26, 2024

ବେଲଗୁଣ୍ଠାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କୁ ଆବାହନ

Share

 

 

ବେଲଗୁଣ୍ଠା, 16/09, ଆଜି ବେଲଗୁଣ୍ଠାର ବିଭିନ୍ନ ଅନୁଷ୍ଠାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ଅନୁଷ୍ଠିତ ହୋଇଛି I ଏହି ଅବସରରେ ବେଲଗୁଣ୍ଠା ସାଇ ଆଇଟିଆଇରେ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହୋଇଥିବା ବେଳେ ସାଇ ଆଇଟିଆଇର ଅଧ୍ୟକ୍ଷ ମଧୁସୂଦନ ମହାପାତ୍ର ସମସ୍ତ କାଯ୍ୟକ୍ରମ କୁ ପରିଚାଳନା କରିଥିଲେ I ସେହିପରି କ୍ଷତ୍ରିୟବରପୁର ସ୍ଥିତ ବୁଢାକେନ୍ଦୁ ଶିଳ୍ପ ତାଲିମ୍ କେନ୍ଦ୍ରରେ ଦେବେଶ ମହାପାତ୍ରଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀ ଦେବଶିଳ୍ପୀଙ୍କୁ ଆବାହନ କରିଛନ୍ତି । ବ୍ଲକ ର ରାଜୀବଗାନ୍ଧୀ ସେବାକେନ୍ଦ୍ରରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ ତରଫରୁ ପୂଜା ଅନୁଷ୍ଠିତ ପୂଜା ଅନୁଷ୍ଠିତ ହୋଇଥିବା ବେଳେ ଏନ୍ଏସିର ପି.ଏଚ୍.ଡି କାର୍ଯ୍ୟାଳୟ , ବେଲଗୁଣ୍ଠା ବ୍ଳକ୍ ଗ୍ରାମ୍ୟ ଜଳ ଯୋଗାଣ ବିଭାଗ,ବମ୍ବେ ଷ୍ଟିଲ୍,ସୁରଜିତ୍ ମାନା କାର୍ପେଣ୍ଟର୍,କ୍ଷତ୍ରିୟବରପୁର ସ୍ଥିତ,ବିଦ୍ୟୁତ୍ କାର୍ଯ୍ୟାଳୟ,କଣ୍ଟେଇପଲ୍ଲୀ ସ୍ଥିତ ବିଦ୍ୟୁତ୍ କାର୍ଯ୍ୟାଳୟ,ଗୋବରା ଏବଂ ଗାଙ୍ଗପୁର ଅଞ୍ଚଳର ବିଭିନ୍ନ ଗ୍ୟାରେଜ୍, ୱାର୍କସପ୍ ସମେତ ବିଭିନ୍ନ ଅନୁଷ୍ଠାନରେ ମହାସମାରୋହରେ ବିଶ୍ଵକର୍ମାଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି I ଏହି ପୂଜା ଦେଖିବା ପାଇଁ ମେଢ଼ ଗୁଡ଼ିକ ନିକଟରେ ଭିଡ଼ ଜମିଥିଲା I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.