ଉମରକୋଟ ଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ………..

ଉମରକୋଟ:-(ଏମ୍.ଦୀନା°ଶୁ ଆଚାରୀ) ଉମରକୋଟ ପୌର ପରିଷଦ କାର୍ଯ୍ୟାଳୟ ଠାରେ ନବରଙ୍ଗପୁର ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ । ଅଭିଯୋଗ ଗୁଡିକ ଖୁବଶ୍ରୀଘ୍ର ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନିର୍ବାହୀ ଅଧିକାରୀ ଆଲୋକ କୁମାର ଅନୁଗୁଳିଆ, ଗୋଷ୍ଠି ଉନ୍ନୟନ ଅଧିକାରୀ ମନୋଜ ମେହେର ,ଗୋଷ୍ଠି ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶରତ ଚନ୍ଦ୍ର ସେଠୀ ଙ୍କ ସହ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ ଯୋଗଦେଇଥିଲେ। ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ସମ୍ପର୍କିତ ଅଭିଯୋଗ ହୋଇଥିବା ବେଳେ ୦୭ଟି ଗ୍ରାମ୍ୟ ଗୋଷ୍ଠୀ ଗତ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା ବେଳେ ଅନ୍ୟ ଅଭିଯୋଗ ଗୁଡିକୁ ସମାଧାନ ପାଇଁ ତୁରନ୍ତ ପଦକ୍ଷେପ ନେବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।
