October 17, 2026

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନ ବିଜୟୀ ଏବିଭିପି ପ୍ରାର୍ଥୀଙ୍କୁ ମନ୍ତ୍ରୀ ରବିନାରାୟଣ ନାଏକଙ୍କ ଶୁଭେଚ୍ଛା

IMG-20261016-WA0012
Share

 

 

ସମ୍ବଲପୁର,୧୬.୧୦:ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ଛାତ୍ରଛାତ୍ରୀଙ୍କୁ ଭେଟି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଏହି ଅବସରରେ ଭଟଲି ବିଧାୟକ ଇରାଶିଷ ମିଶ୍ର,ବିଜେପି ଜିଲ୍ଲା ସଭାପତି ରାମଚନ୍ଦ୍ର ମେହେର ଓ ରେଙ୍ଗାଲିର ପୂର୍ବତନ ବିଧାୟକ ନାଉରି ନାଏକ ମଧ୍ୟ ବିଜୟୀ ପ୍ରାର୍ଥୀଙ୍କୁ ଅଭିନନ୍ଦନ ଜଣାଇଥିଲେ।

 

ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଛାତ୍ରଛାତ୍ରୀଙ୍କ ନେତୃତ୍ୱ, ଶିକ୍ଷାନୁଷ୍ଠାନର ବିକାଶ ଏବଂ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ସୁରକ୍ଷା ଦିଗରେ ସେମାନେ ନିଜର ଦାୟିତ୍ୱ ସଠିକ୍ ଭାବେ ନିର୍ବାହ କରିବେ ବୋଲି ଆଶା ପ୍ରକାଶ କରାଯାଇଥିଲା। ଏହି ସାକ୍ଷାତ ଅବସରରେ ବିଜୟୀ ପ୍ରାର୍ଥୀମାନଙ୍କ ମଧ୍ୟରେ ଉତ୍ସାହ ଓ ଆନନ୍ଦ ପରିଲକ୍ଷିତ ହୋଇଥିଲା।