April 27, 2026

କେନ୍ଦ୍ରାପଡ଼ା ଜୟୀପୁରା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

IMG-20230217-WA0046
Share

 

 

କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଜୟୀପୁରା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ ହୋଇଯାଇଛି । ଏହି ଉପଲକ୍ଷେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ଅଞ୍ଜନା ସ୍ୱାଇଁ ମୁଖ୍ୟ ଅତିଥି, କେନ୍ଦ୍ରାପଡା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରଶ୍ମୀତା ପରିଡା ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ । ସେହିପରି ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ନଗରପାଳ ସରିତା ସାହୁ ମୁଖ୍ୟ ଅତିଥି, କେନ୍ଦ୍ରାପଡା ମଣ୍ଡଳ ଶିକ୍ଷା ଅଧିକାରୀ ପାବନୀ କୁମାର ରାଉତ ମୁଖ୍ୟବକ୍ତା, ସମ୍ମାନୀତ ଅତିଥି ଭାବେ ପୌରନିର୍ବାହୀ ଅଧିକାରୀ ଦେବ ପ୍ରସାଦ ବଳ, ମାହାଙ୍ଗା ବିଡିଓ ନିହାର ମଲ୍ଲିକ, ଅବସରପ୍ରାପ୍ତ ବିଆରସିସି ଭାଗିରଥି ନନ୍ଦ, ଏବିଇଓ ତଥା ବିଆରସିସି ପ୍ରଫୁଲ୍ଲ କୁମାର ସ୍ୱାଇଁ, ରାଧାନାଥ ମିଶ୍ର ପ୍ରମୁଖ ଯୋଗଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ଶିକ୍ଷୟିତ୍ରୀ ନଫିସା ବେଗମ ଓ ରେଣୁବାଳା ସ୍ୱାଇଁ ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ ।

ରିପୋର୍ଟ – ଗୋକୁଳ ଆଚାର୍ଯ୍ୟ