SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ: ୧୦ ରୋଗୀଙ୍କ ମୃତ୍ୟୁ

IMG-20260317-WA0001
Share

 

କଟକ ( ଦେବାଶିଷ ଦାଶ )

 

ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲ ର ଟ୍ରମା କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଦେଖୁ ଦେଖୁ ନିଆଁ ଚାରିଆଡେ ବ୍ୟାପିଯାଇଥିଲା l ଯାହାପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀର ଟିମ୍‌ ମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଚେଷ୍ଟା କରିଥିଲେ. ଦୀର୍ଘ ସମୟର ପରିଶ୍ରମ ପରେ କିଛି ଲୋକଙ୍କୁ ଭୟାବହ ଅଗ୍ନିକାଣ୍ଡ ଭିତରୁ କିଛି ଲୋକଙ୍କୁ ଉଦ୍ଧାର କରିଥିଲେ। ହେଲେ ସେତବେଳେକୁ ହୋଇସାରିଥିଲା ବହୁ ବିଳମ୍ବ।

ଏହି ଅଗ୍ନିକାଣ୍ଡରେ ୧୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଥିବା ବେଳେ ଅନେକ ଗୁରୁତର ହୋଇଛନ୍ତି।

ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଯାଇଛି । ଯେପରି କ୍ୟାପିଟାଲ ହସ୍ପିଟାଲ ଆଦି ତେବେ ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇନଥିବା ବେଳେ ବିଦ୍ୟୁତ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସେ ମୃତକଙ୍କ ପରିବାର ପ୍ରତି ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି.

You may have missed