May 19, 2024

ବିଜୁବାବୁଙ୍କ ମହାପ୍ରୟାଣ ଦିବସ ପାଳିତ

Share

ବୁଗୁଡ଼ା : ତା ୧୭/୦୪/୨୪ : ସ୍ଥାନୀୟ ବିଜୁ ଜନତା ଦଳ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ମହାପ୍ରୟାଣ ଦିବସ ପାଳିତ ହୋଇଯାଇଛି । ଏ ଅବସରରେ ବୁଗୁଡା ବ୍ଲକ କାର୍ଯ୍ଯାଳୟ ଏବଂ ନୂଆଁ ବସଷ୍ଟାଣ୍ଡ ପରିସରସ୍ଥ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ ସାଙ୍ଗକୁ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ଫଳ ବଣ୍ଟନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ , ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ , ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ , ବ୍ଲକ ବିଜେଡି ସଭାପତି ମଦନ ଗୋପାଳ ଦୋରା ଓ ଏନ୍ଏସି ସଭାପତି କେ.ତ୍ରିଲୋଚନ ଦୋରା , ପ୍ରାକ୍ତନ କାଉନସିଲର ସୁଧାଂଶୁ ଶେଖର ପାଢୀ , କାଉନସିଲର ଆଶୁତୋଷ ବଢେଇଙ୍କ ସମେତ ବହୁ ବିଜୁପ୍ରେମୀ ଉପସ୍ଥିତ ରହିଥିଲେ ।