ଆଜିର ରାଶିଫଳ
ମଇ ମାସ ୧୭ ତାରିଖ ଶନିବାର ଓ ମଇ ୧୮ ତାରିଖ ରବିବାର ୨ ଦିନର ପଞ୍ଜିକା ଓ ରାଶି ଫଳ 👉
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୧୭ ତାରିଖ ୨୦୨୫ ମସିହା (ଶନିବାର)*
*ଶକାବ୍ଦ -୧୯୪୭*
*ସମ୍ବତ -୨୦୮୨*
*ଦିଲ୍ଲୀସ୍ୱରାଦ୍ଧ-୧୪୩୨*
*ସମ୍ବତ୍ସର-ସିଦ୍ଧାର୍ଥ*
*ଜ୍ୟେଷ୍ଠ ମାସ- କୃଷ୍ଣପକ୍ଷ*
*ତିଥି- ଚତୁର୍ଥୀ ପ୍ରା ଘ୦୫/୨୭ ଗତେ ପଞ୍ଚମୀ*
*ନକ୍ଷତ୍ର- ପୂର୍ବାଷାଢ଼ା ଦିବା ଘ୦୬/୩୬ ଗତେ ଉତ୍ତରାଷାଢ଼ା*
*ଚନ୍ଦ୍ର- ଧନୁ ରାତ୍ରି ଘ୧୨/୫୮ ଗତେ ମକର*
*ଯୋଗ- ସାଧ୍ୟ*
*କରଣ – ବାଲବ*
*ସୌରମାସ- ବୃଷ ୦୩ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୪୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୧୯*
*✧═════•❁❀
*ଯୋଗିନୀ ଦକ୍ଷିଣେ*
*ତୁଳା ଓ କୁମ୍ଭ ରାଶି ରଘାତ ଚନ୍ଦ୍ର*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା-ଦିବା ଘ୦୬/୫୦ ମଧ୍ୟେ ଓ ଦିବା ଘ୦୪/୪୩ ଗତେ ଘ୦୬/୧୫ ମଧ୍ୟେ*
*ବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୭ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୩/୩୮ ଗତେ ଘ୦୪/୪୨ ମଧ୍ୟେ ଓ ରାତ୍ରି ରାତ୍ରି ଘ୦୭/୩୫ ଗତେ ଘ୦୭/୪୦ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୯/୨୩ ଗତେ ଘ୧୧/୫୪ ମଧ୍ୟେ*
* ═✧*══•❁❀❁•═════✧
*ଅଦ୍ୟ ବେଲ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*🌼🌹꧁ ଆଜିର ରାଶିଫଳ꧂🌹🌼*
*✧═════•❁❀❁•═════✧*
*🍁ମେଷ🍁👉ଆଜି ପରିବାରରେ ସନ୍ଦେହ ଓ ଭୁଲ୍ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ।*
*✧═════•❁❀❁•═════✧*
*🍁ବୃଷ🍁👉ଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।*
*✧═════•❁❀❁•═════✧*
*🍁ମିଥୁନ🍁👉ଆଜି ଧନନାଶ ଓ କାର୍ଯ୍ୟହାନୀ ହୋଇପାରେ। ସତର୍କତାର ସହ ମାପିଚୁପି କହୁଥିଲେ ମଧ୍ୟ କିଛି ନା କିଛି ଅଭିଯୋଗର କୈଫିୟତ ଦେବାକୁ ପଡିପାରେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ । ସନ୍ତାନଙ୍କ ବିଷୟ ଚିନ୍ତା କରି ମନ ଭଲ ଲାଗି ନ ପାରେ।*
*✧═════•❁❀❁•═════✧*
*🍁କର୍କଟ🍁👉ଆଜି ଅଫିସ୍ କାମରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହୋଇପାରନ୍ତି । ପରକଥାରେ ପ୍ରଭାବିତ ଭୁଲ୍ ମାର୍ଗର ଅନୁସରଣ କରିପାରନ୍ତି। ଜମିଜମା କାରବାର, ସତ୍ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ସ୍ଥାପନ କରିପାରନ୍ତି।*
*✧═════•❁❀❁•═════✧*
*🍁ସିଂହ🍁👉ଆଜି ବ୍ୟୟବୃଦ୍ଧି ହେବ ତେବେ ଦୂରଯାତ୍ରା ପାଇଁ ମାର୍ଗ ସୁଗମ ହେବ। କିନ୍ତୁ ଶନିଙ୍କ ସମ୍ବନ୍ଧ ଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ନ ହୋଇପାରେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ମାଲିମକଦ୍ଦମାରେ ସନ୍ତୋଷଜନକ ଫଳ ପାଇବେ।*
*✧═════•❁❀❁•═════✧*
*🍁କନ୍ୟା🍁👉ଆଜି ଯେଉଁ କାମରେ ହାତ ଦେବେ, ସେଥିରେ ସଫଳତା ନିଶ୍ଚିତ ମିଳିବ । ଆକସ୍ମିକ ଭାବରେ କୈ।ଣଶି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡି ଅଯଥା ଖର୍ଚ୍ଚାନ୍ତ ହେବେ। ଦେହ ଆରୋଗ୍ୟ ହେବାସହ ସହିତ ମନ ମଧ୍ୟ ଆନନ୍ଦିତ ରହିବ।*
*✧═════•❁❀❁•═════✧*
*🍁ତୁଳା🍁👉ଆଜି ବିଳାସବ୍ୟସନ ମଧ୍ୟରେ ଦିନଟିକୁ ଅତିବାହିତ କରିବେ।ସକାଳୁ ସକାଳୁ ଧାର, କରଜ କିମ୍ବା ପୂର୍ବ ଶତ୍ରୁତା ସାମୟିକ ଆଲୋଚନାର କେନ୍ଦ୍ରବିନ୍ଦୁ ହେବାର ସୂଚନା ରହିଛି। ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ। ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।*
*✧═════•❁❀❁•═════✧*
*🍁ବିଛା🍁👉ଆଜି ବିଭିନ୍ନ ପ୍ରକାରର କଳ୍ପନାଜଳ୍ପନା ମନରେ ଆଲୋଡ଼ନ ସୃଷ୍ଟି ହେବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ କ୍ଳାନ୍ତି ଓ ଅବସାଦ ଅନୁଭବ କରିପାରନ୍ତି। ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ। କୌଣସି ବନ୍ଧୁଙ୍କ ସାହାଯ୍ୟ, ସହଯୋଗ ଓ ଆତ୍ମୀୟତାରେ ଉତ୍ଫୁଲ୍ଲିତ ହୋଇପାରନ୍ତି।*
*✧═════•❁❀❁•═════✧*
*🍁ଧନୁ🍁👉ଆଜିର ଆପଣଙ୍କ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି କେତେକାଂଶରେ ଉପକୃତ ହେବେ। ଦୀର୍ଘ ଦିନର ମଉଳି ଯାଇଥିବା ଆଶା ପୁଣି ଉଜ୍ଜୀବିତ ହେବ।*
*✧═════•❁❀❁•═════✧*
*🍁ମକର🍁👉ଆଜି ଆପଣ କୌଣସି ନୂତନ କର୍ମରେ ଉତ୍ସାହିତ ରହିବେ। କର୍ମକ୍ଷେତ୍ରରେ ପୃଷ୍ଠ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବାର ଆଶା ରହିଛି । ଫେରନ୍ତା ବାଟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତାରେ ଫଇସଲା ହୋଇଯିବ।*
*✧═════•❁❀❁•═════✧*
*🍁କୁମ୍ଭ🍁👉ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହି କାମକରିବା ଭଲ ହେବ।ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲି ପାରିବେ ନାହିଁ। ଘର ସାଜସଜ୍ଜାରେ, ଆନୁଷ୍ଠାନିକ କାମରେ ବ୍ଯସ୍ତ ରହିପାରନ୍ତି। ଆର୍ଥିକ ଦିଗ ଭଲ ରହିବ ଓ କୌଣସି ଜନହିତକର କାମରେ ତାହାକୁ ବିନିଯୋଗ କରିବା ପାଇଁ ଚିନ୍ତା କରିବେ।*
*✧═════•❁❀❁•═════✧*
*🍁ମୀନ 🍁👉ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ ଆଜି ପ୍ରତ୍ୟେକ କର୍ମ ରେ ଶୁଭଫଳ ପାଇବେ। କିନ୍ତୁ ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି।*
*✧═════•❁❀❁•═════✧*
***************************
*🌹🌼👉ମହାବୀର ପଞ୍ଜିକା👈🌼🌹*
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୧୮ ତାରିଖ ୨୦୨୫ ମସିହା (ରବିବାର)*
*ଶକାବ୍ଦ -୧୯୪୭*
*ସମ୍ବତ -୨୦୮୨*
*ଦିଲ୍ଲୀସ୍ୱରାଦ୍ଧ-୧୪୩୨*
*ସମ୍ବତ୍ସର-ସିଦ୍ଧାର୍ଥ*
*ଜ୍ୟେଷ୍ଠ ମାସ- କୃଷ୍ଣପକ୍ଷ*
*ତିଥି- ପଞ୍ଚମୀ ପ୍ରା ଘ୦୬/୧୪ ଗତେ ଷଷ୍ଠୀ*
*ନକ୍ଷତ୍ର- ଉତ୍ତରାଷାଢ଼ା ଦିବା ଘ୦୭/୪୪ ଗତେ ଶ୍ରାବଣା*
*ଚନ୍ଦ୍ର- ମକର*
*ଯୋଗ- ଶୁଭ*
*କରଣ – ତୈତିଳ*
*ସୌରମାସ- ବୃଷ ୦୪ ଦିନ*
*✧═════•❁❀❁•════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୯*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୪୯*
*✧═════•❁❀
*ଯୋଗିନୀ ଦକ୍ଷିଣେ ପ୍ରା ଘ୦୬/୧୪ ଗତେ ପଶ୍ଚିମେ*
*ସିଂହ ରାଶି ର ଘାତ ଚନ୍ଦ୍ର*
*ମେଷ ରାଶିର ଘାତବାର*
*ଷଷ୍ଠୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା- ଓ ବାରବେଳା- ଦିବା ଘ୧୦/୦୪ ଗତେ ଘ୦୧/୨୯ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୫୦ ଗତେ ଘ୦୯/୧୪ ମଧ୍ୟେ ଓ ଘ୦୧/୩୦ ଗତେ ଘ୦୨/୦୩ ମଧ୍ୟେ ଓ ରାତ୍ରି ଘ୦୭/୩୨ ଗତେ ଘ୧୦/୪୫ ମଧ୍ୟେ*
*ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୩୮ ଗତେ ଘ୦୪/୨୭ ମଧ୍ୟେ*
* ═✧*══•❁❀❁•═════✧
*ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*www.adrushyashaktiastro.com*
*✧═════•❁❀❁•═════✧*
*ମେଷ : 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
*✧═════•❁❀❁•═════✧*
*ବୃଷ : 👉ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*ମିଥୁନ : 👉ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
*✧═════•❁❀❁•═════✧*
*କର୍କଟ: 👉ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
*✧═════•❁❀❁•═════✧*
*ସିଂହ : 👉ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
*✧═════•❁❀❁•═════✧*
*କନ୍ୟା: 👉ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
*✧═════•❁❀❁•═════✧*
*ତୁଳା :👉 ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
*✧═════•❁❀❁•═════✧*
*ବିଛା :👉 କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
*✧═════•❁❀❁•═════✧*
*ଧନୁ : 👉ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
*✧═════•❁❀❁•═════✧*
*ମକର : 👉ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
*✧═════•❁❀❁•═════✧*
*କୁମ୍ଭ : 👉ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
*✧═════•❁❀❁•═════✧*
*ମୀନ : 👉କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।*
*✧═════•❁❀❁•═════✧*
