June 17, 2026

ଜିଲ୍ଲା ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ସମ୍ପର୍କରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

IMG-20260617-WA0019
Share

 

 

ପାରଳାଖେମୁଣ୍ଡି:୧୭/୬(ଗରୁଡ଼ ଧ୍ଵଜ ଚୌଧୁରୀ) ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ–୨୦୨୬ ପାଳନ ଉପଲକ୍ଷେ ଆଜି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ମାଧ୍ୟମରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ବୈଠକରେ ଆସନ୍ତା ୨୧ ଜୁନ ତାରିଖରେ ଜିଲ୍ଲାର ସମସ୍ତ ବ୍ଲକ୍ ସ୍ତର ଓ ସହରାଞ୍ଚଳରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବା ନେଇ ଆଲୋଚନା କରାଯାଇଥିଲା। “ନିରୋଗ ଓ ସୁସ୍ଥ ଜୀବନ ପାଇଁ ଯୋଗ” ବାର୍ତ୍ତା ଓ ଆଭିମୁଖ୍ୟକୁ ନେଇ କାର୍ଯ୍ୟକ୍ରମ ପାଳନ କରିବାକୁ ଜିଲ୍ଲାର ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ସ୍ଥାନୀୟ ଗଜପତି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବ। ଏଥିରେ ୫ ଶହ ରୁ ଅଧିକ ଜନସାଧାରଣ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ଜିଲ୍ଲାର ସମସ୍ତ ଜନପ୍ରତିନିଧି, ଛାତ୍ରଛାତ୍ରୀ, ଶିକ୍ଷକ-ଶିକ୍ଷୟିତ୍ରୀ, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ, ସ୍ୱାସ୍ଥ୍ୟକର୍ମୀ, ଯୋଗ କ୍ଲବର ସଦସ୍ୟ, ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ଏବଂ ସାଧାରଣ ଜନସାଧାରଣଙ୍କୁ ସକ୍ରିୟ ଭାବେ ସାମିଲ ହେବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ଅନୁରୋଧ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମ ଆସନ୍ତା ୨୧ ଜୁନ ସକାଳ ୬ଟାରୁ ୮ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଆଜିର ଏହି ପ୍ରସ୍ତୁତି ବୈଠକରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ତ୍ରିନାଥ ସାହୁ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଜିଲ୍ଲାର କ୍ରୀଡ଼ା ଶିକ୍ଷକ ପ୍ରମୁଖ ଭର୍ଚୁଆଲ୍ ବୈଠକରେ ଉପସ୍ଥିତ ଥିଲେ।

You may have missed