September 4, 2026

ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ କେନ୍ଦ୍ର ମନ୍ତ୍ରୀଙ୍କୁ ନିମନ୍ତ୍ରଣ

IMG-20260717-WA0087
Share

 

ସମ୍ବଲପୁର ତା.୧୭/୭:ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଅଞ୍ଚଳ ର ଅଗ୍ରଣୀ ସାମାଜିକ, ସାଂସ୍କୃତିକ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ପଶ୍ଚିମଞ୍ଚଲ୍ ଏକତା ମଞ୍ଚ ପକ୍ଷରୁ ରାଜ୍ୟ ବ୍ୟାପି ବିଭିନ୍ନ ସ୍ଥାନ ରେ ସମ୍ବଲପୁରୀ ଦିନ ପାଳନ କରାଯାଉଛି । ମଞ୍ଚ ପକ୍ଷରୁ ସମ୍ବଲପୁର ଜେଲ ଛକ ନିକଟରେ ଥିବା ଗୁରୁଶ୍ରୀ ସତ୍ୟ ନାରାୟଣ ସମ୍ବଲପୁରୀ ଡେରା ରେ ୧୪ତମ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ ପାଳନ କରାଯିବ ।

ଏହି ମର୍ମ ରେ ମଞ୍ଚ ପକ୍ଷରୁ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ଭୁବନେଶ୍ୱର ରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ସାକ୍ଷାତ କରି ନିମନ୍ତ୍ରଣ କରାଯାଇଛି ।

ନିମନ୍ତ୍ରଣ ପତ୍ର ସହିତ ମଞ୍ଚ ପକ୍ଷରୁ କେନ୍ଦ୍ର ମନ୍ତ୍ରୀଙ୍କୁ ସମ୍ବଲପୁରୀ ର ପ୍ରଚାର ପ୍ରସାର ପାଇଁ ସମ୍ବଲପୁର ଜେଲ ଛକ ନିକଟସ୍ଥ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା କୁ ବିକଶିତ କରିବା ପାଇଁ ଅନୁରୋଧ କରାଯାଇଛି ।

ଏହାସହ ରାଜ୍ୟର ଉଚ୍ଚ ଶିକ୍ଷା, କ୍ରୀଡା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଙ୍କ ସମେତ ହସ୍ତତନ୍ତ, ବୟନଶିଳ୍ପ ଓ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କୁ ମଧ୍ୟ ୧୪ ତମ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ରେ ଅତିଥି ଭାବେ ଯୋଗ ଦେବାପାଇଁ ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ନିମନ୍ତ୍ରଣ କରାଯାଇଛି ।

 

ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ଉପଦେଷ୍ଟା ନାଉରୀ ନାୟକ ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି, ସଙ୍ଗଠନ ସଂଯୋଜକ ସୁବୋଧ କୁମାର ଦୋରା, ଭୁବନେଶ୍ୱର ସଂଯୋଜକ କିଶୋର କୁମ୍ଭାର, ଆବାହକ ଭବାନୀଶ ଭୋଇ ପ୍ରମୁଖ ଉପସ୍ଥିତ ରହିଥିଲେ।

You may have missed