April 27, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

IMG-20240917-WA0039
Share

 

ପାରଳାଖେମଣ୍ଡି, ତା. ୧୭.୦୯.୨୦୨୪

 

ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନିଲ କାନ୍ତ ମହାନ୍ତି, ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୁଜାସିଂ ଗ୍ରାମ ପଞ୍ଚାୟତ ସମେତ ନମନଗଡ , ଜୀବା ଓ ଝାମୀ ପଞ୍ଚାୟତର ସମୁଦାୟ ମୋଟ- ୧୬୦ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦୫ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୫୫ ଗୋଟି ଆସିଥିଲା , ସେଥିମଧ୍ୟରୁ ୭ ଗୋଟି ଆଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା,ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମ ପଞ୍ଚ୍ୟାତ ସମିତି ଅଧ୍ୟକ୍ଷ ଶ୍ରୀମତୀ ସୁନେମି ମଣ୍ଡଳ ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀ ମାଧବ ନନ୍ଦ ନାୟକ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ଅଲ୍ଲୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା,ତହସିଲଦାର ଶ୍ରୀ ପ୍ରସନ୍ନ ସାରସ୍ଵତ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।