April 27, 2026

ବେଲଗୁଣ୍ଠାରେ ସୁଭଦ୍ରା ଯୋଜନାର ଶୁଭାରାମ୍ଭ

IMG-20240917-WA0045
Share

 

ବେଲଗୁଣ୍ଠା,17/09,ଆଜି ମାନ୍ୟବର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ତିଥି ଅବସରରେ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଛି I ଏହି ଅବସରରେ ବେଲଗୁଣ୍ଠା ବ୍ଳକ୍ ଏବଂ ଏନ୍ଏସି ର ମିଳିତ ଆନୁକୂଲ୍ୟରେ ବାରୁ ଆଡମ୍ବରରେ ବେଲେଗୁଣ୍ଠା ସ୍ଥିତ ଜି ଟି ହାଇସ୍କୁଲ ପଡିଆରେ ଆଜି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯାଇଛି I ଏହି ଅବସରରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ସୋରଡା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇ ଯୋଜନାର ଶୁଭ ଉଦ୍ଘାଟନ କରିଥିଲେ I କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବୀ, ଏନ୍ଏସି କାର୍ଯ୍ୟ ନିର୍ବାହି ଅଧିକାରୀ ସାମନ୍ତ ବିଶ୍ୱମ୍ଭର ମହାପାତ୍ର,ବ୍ଳକ୍ ଅଧ୍ୟକ୍ଷା ପ୍ରମିଳା ପ୍ରଧାନ, ଏନ୍ଏସି ଉପାଧ୍ୟକ୍ଷା ଟି ବବିତା କୁମାରୀ, ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ,ସିଡିପିଓ ନଳିନୀ ମହାରଣାଙ୍କ ସମେତ ବହୁ ସରପଞ୍ଚ ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ I ନଗର ମିଶନ୍ ପରିଚାଳକ ପ୍ରଫୁଲ୍ଲ ଷଡ଼ଙ୍ଗୀ ମଞ୍ଚ ପରିଚାଳନା କରିବା ସହିତ ଧନ୍ୟବାଦ ଜ୍ଞାପନ କରିଥିଲେ I କାର୍ଯ୍ୟକ୍ରମରେ 1500 ରୁ ଉର୍ଦ୍ଧ୍ଵ ସୁଭଦ୍ରା ହିତାଧିକାରୀ ମହିଳା ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମରେ ବେଲଗୁଣ୍ଠା ବ୍ଳକ୍ ଏବଂ ଏନ୍ଏସିର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ