March 11, 2026

ମୁନିଗୁଡା ବ୍ଲକ ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l 

IMG-20240917-WA0059
Share

 

ରାୟଗଡ : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ମୁନିଗୁଡା ବ୍ଲକ ସଦର ମହକୁମାସ୍ଥିତ ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଜିଲ୍ଲାପାଳ ପାରୁଲ ପାଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଆରକ୍ଷୀ ଅଧିକ୍ଷକ ହରିଷ ବି ସି, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଲାଲମହନ ରାଉତରାୟ, ମୁନିଗୁଡା ବ୍ଲକ ଅଧ୍ୟକ୍ଷା ଦୁଃଖିନୀ ନୁଣ୍ଡରୁକା ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l ଆଜି ମୋଟ ୬୨ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୪୯ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୩ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଜିଲ୍ଲାପାଳ ଆଜି ଜଣେ ରୋଗୀଙ୍କ ଚିକିତ୍ସା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଦଶ ହଜାର ଟଙ୍କା ଆର୍ଥିକ ସାହାଯ୍ୟ ପ୍ରଦାନ କରିଥିଲେ । ଦୁଇଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ପାଞ୍ଚ ଲକ୍ଷ ଓ ଦୁଇ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏକଜଣଂକୁ ବାର୍ଦ୍ଧକ୍ୟ ଭତ୍ତା, ଏକଜଣଂକୁ ବିଧବା ଭତ୍ତା, ଦୁଇଜଣଙ୍କୁ ବିକଳାଙ୍ଗ ଭତ୍ତା ଜିଲ୍ଲାପାଳ ପ୍ରଦାନ କରିଥିଲେ ।ବିଶେଷ କରି ଆବାସ ଯୋଜନାରେ ଘର, ସ୍ବାସ୍ଥ୍ୟଗତ ସମସ୍ୟା, ପାରିବାରିକ ସମସ୍ୟା , କୃଷି ସମସ୍ୟା, ଜଳସେଚନ, ଭତ୍ତା, ଅଙ୍ଗନବାଡି ଗୃହ ନିର୍ମାଣ ଓ ଅନ୍ୟାନ ସମସ୍ୟା ଉପସ୍ଥାପିତ ହୋଇଥିଲା ।

ଏହି ଅଭିଯୋଗ ଶିବିରରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଚିନ୍ମୟ ମହାନନ୍ଦ, ଅଭିଯୋଗ ଶୁଣାଣି ଅଧିକାରୀ ବିଚିତ୍ରା ସେଠି, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମୁନିଗୁଡା ପ୍ରୀତମ କୁମାର ତନ୍ତି, ତହସିଲଦାର ମୁନିଗୁଡା ଏମ ଅନୁରାଧା, ନିର୍ଦ୍ଦେଶକ ଜଳଛାୟା ମିଶନ ଡ଼ଃ ଦୟାନିଧି ବାଘ, ଉଦ୍ୟାନ କୃଷି ଉପ ନିର୍ଦ୍ଧେଶକ ଦୟାନିଧି ରାଉତ,ଜିଲ୍ଲା ଦକ୍ଷତା ବିକାଶ ତଥା କର୍ମ ନିୟୋଜନ ଅଧିକାରୀ ତତ୍ତମୋସୀ ମହାପାତ୍ର, ଜିଲ୍ଲା ପଂଚାୟତ ଅଧିକାରୀ ସୂର୍ଯ୍ୟନାରାୟଣ ମହାରଣା, ଜିଲ୍ଲା ମଙ୍ଗଳ ଅଧିକାରୀ ଭରତ ଭୂଷଣ ବିଶ୍ୱାଳ,ଜିଲ୍ଲା ଶ୍ରମ ଅଧିକାରୀ, ଗୋପାଳ କୃଷ୍ଣ ମାଗରାଜ,ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ବସନ୍ତ କୁମାର ନାୟକ, ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ଅଧିକାରୀ, ଅବକାରୀ ଅଧିକ୍ଷକ,ଏସିଏଫ ଅଶୋକ ପ୍ରଧାନ, ଆଞ୍ଚଳିକ ପରିବହନ ଅଧିକାରୀ ଶିବଶଙ୍କର ଚୌଧୁରୀ, ମଧ୍ୟମ ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ, ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଶିନୀ ହେମ୍ବ୍ରମ୍ବ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଏଲ ସନ୍ତୋଷ କୁମାର, ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ, ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ମୁନିଗୁଡା ଥାନା ଅଧିକାରୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିବା ବେଳେ ମୁନିଗୁଡା ବ୍ଲକ କାର୍ଯ୍ୟାଳୟ କର୍ମଚାରୀ ସହଯୋଗ କରିଥିଲେ ।

ରାୟଗଡା ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ