March 10, 2026

ମାର୍ଶାଘାଇ ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

IMG-20251117-WA0067
Share

କେନ୍ଦ୍ରାପଡ଼ା/ମାର୍ଶାଘାଇ-୧୭/୧୧-ମାର୍ଶାଘାଇ ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ରଘୁରାମ ଆର ଆୟରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅଭିଯୋଗ ଶୁଣାଣି ଶିବିରରେ ମୋଟ ୮୦ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରୁ ୧୮ଟି ସାମୂହିକ ଏବଂ ୬୨ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ପ୍ରଦାନ କରିଥିଲେ । ସମସ୍ତ ଅଭିଯୋଗ ଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶୁଣାଣିରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁଧାକର ସାହୁ , ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ) ନବକ୍ରିଷ୍ଣ ଜେନା,ଉପଜିଲ୍ଲାପାଳ ଅରୁଣ କୁମାର ନାୟକ,ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼,ମାର୍ଶାଘାଇ ବିଡ଼ିଓ,ତହସିଲଦାର ସମେତ ଡେପୁଟି କଲେକ୍ଟର ତୃପ୍ତି ମହାନ୍ତି ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ସୂଚନା ଯେ, ଆସନ୍ତା ସୋମବାର ଅର୍ଥାତ ୨୪ ନଭେମ୍ବରରେ ଆଳି ବ୍ଲକ କାର୍ଯ୍ୟାଳୟରେ ପୂର୍ବାହ୍ନ ୧୦.୩୦ ଘଟିକାଠାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ।ଯଦି କୌଣସି ବ୍ୟକ୍ତିଙ୍କ ଅଭିଯୋଗ ରହିଛି ତେବେ ଉକ୍ତଦିନ ଅଭିଯୋଗ ଶିବିରରେ ନିଜର ଅଭିଯୋଗ ଦାଖଲ କରିପାରିବେ। କେନ୍ଦ୍ରାପଡ଼ାରୁ ନୃସିଂହ ଚରଣ ବାରିକଙ୍କ ରିପୋର୍ଟ