ଜିଲ୍ଲାର ସମସ୍ତ ବ୍ଲକ୍ରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଜନସାଧାରଣଙ୍କୁ ସଚେତନ କରାଯାଉଛି..
ଗଜପତି: ଜିଲ୍ଲାର ସମସ୍ତ ବ୍ଲକ୍ରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଜନସାଧାରଣଙ୍କୁ ସଚେତନ କରାଯାଉଛି। ବାତ୍ୟା ସମୟରେ ନିଜକୁ ସୁରକ୍ଷିତ ରଖିବା, ଆବଶ୍ୟକ ସତର୍କତା ଅବଲମ୍ବନ କରିବା ଏବଂ ପ୍ରଶାସନ ପକ୍ଷରୁ ଜାରି ନିର୍ଦ୍ଦେଶାବଳୀ ପାଳନ କରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଉଛି। ଏହି କ୍ରମରେ ଗଜପତି ଜିଲ୍ଲାର ସମସ୍ତ ୭ ଗୋଟି ବ୍ଲକାଞ୍ଚଳରେ ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା “ଅକବାନ”କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶ ପ୍ରକାରେ ବିଭିନ୍ନ ବ୍ଲକାଞ୍ଚଳ ରେ ଆଶା ଓ ଅଙ୍ଗନବାଡ଼ି କର୍ମୀ ମାନଙ୍କ ଦ୍ଵାରା ମାଇକ୍ ତଥା ଡାକବାଜି ଯନ୍ତ୍ର ଯୋଗେ ଜନସାଧାରଣଙ୍କୁ ସଚେତନ କରାଯାଉଛି । ଜନସାଧାରଣଙ୍କ ଧନଜୀବନର ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟାର ସଫଳ ମୁକାବିଲା ନିମନ୍ତେ ସମସ୍ତ ପ୍ରକାର ଆଗୁଆ ପ୍ରସ୍ତୁତି ଓ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ବାତ୍ୟା ସମୟରେ ଘରୁ ନ ବାହାରି କି କେଉଁଆଡ଼େ ନ ଯାଇ ଘରେ ସୁରକ୍ଷିତ ରହିବା ପାଇଁ ପରାମର୍ଶ ଦିଆଯିବା ସହ ସଚେତନ କରାଯାଉଛି। ଗଣେଶ କୁମାର ରାଜୁ ପାରଳାଖେମୁଣ୍ଡି(ଗଜପତି)
