ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ନବାଗତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା
ବୁଗୁଡ଼ା : ତା ୧୮/୦୯/୨୫ : ସ୍ଥାନୀୟ ପିପୁଲ୍ସ
କଲେଜର ପଦାର୍ଥ ବିଜ୍ଞାନ ବିଭାଗ ପକ୍ଷରୁ ସମ୍ମିଳନୀ କକ୍ଷରେ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।କଲେଜ ଅଧ୍ୟକ୍ଷ ଡ.ପୁରୁଷୋତ୍ତମ ମିଶ୍ରଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଉପାଧ୍ୟକ୍ଷ ହରିକୃଷ୍ଣ ନାୟକ, ଆଡମିନିଷ୍ଟ୍ରେଟିଭ୍ ବରସାର୍ ଡ.ପ୍ରଦୀପ କୁମାର ଦାଶ, ଆଇକ୍ୟୁଏସି କୋ-କୋଅର୍ଡିନେଟର ଆତ୍ମ ପ୍ରକାଶ ନାୟକ ଯୋଗ ଦେଇଥିବା ବେଳେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ସୁଶାନ୍ତ କୁମାର ସାହୁ , ଅଧ୍ୟାପିକା ସନ୍ଧ୍ଯାରାଣୀ ସାହୁ , ଡେମୋନଷ୍ଟେଟର୍ ପ୍ରଦୀପ କୁମାର ପ୍ରଧାନ ମଞ୍ଚାସୀନ ରହିଥିଲେ। ଏ ଅବସରରେ ନବାଗତ ଛାତ୍ରଛାତ୍ରୀମାନେ ନିଜ ନିଜର ପରିଚୟ ପ୍ରଦାନ କରିଥିଲେ ଏବଂ ଦ୍ବିତୀୟ ଓ ତୃତୀୟ ବର୍ଷର ଛାତ୍ରଛାତ୍ରୀମାନେ ସେମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏଥି ସହ ବିଭାଗ ଓ ମହାବିଦ୍ୟାଳୟର ଅନୁଶାସନ ମାନି ଚଳିବାକୁ ପରାମର୍ଶ ଦେଇଥିଲେ । ଏ ଅବସରରେ ଅଧ୍ଯକ୍ଷ, ଅତିଥିଗଣ ଏବଂ ବିଭାଗୀୟ ଅଧ୍ଯାପକମାନେ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେମାନଙ୍କ ଉଜ୍ଜ୍ବଳମୟ ଭବିଷ୍ୟତ କାମନା କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଛାତ୍ରୀ ସ୍ବାଗତିକା ସାହୁ ପ୍ରାରମ୍ଭିକ ସଙ୍ଗୀତ ଗାନ, ଛାତ୍ରୀ ତୁଳସୀ ସାହୁ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଛାତ୍ରୀ ଧରିତ୍ରୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।
