August 19, 2026

ଡେଙ୍ଗାପଦର ବିଦ୍ୟାଳୟରେ ବାର୍ଷିକ ଉତ୍ସବ

IMG-20230119-WA0026
Share

 

କୁକୁଡ଼ାଖଣ୍ତି ବ୍ଲକ୍ ଅନ୍ତର୍ଗତ ଡେଙ୍ଗାପଦର ଗ୍ରାମ ପଞ୍ଚାୟତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶିବଚରଣ ପଟ୍ଟନାୟକଙ୍କ ସଭାପତିତ୍ବରେ ଗୁରୁବାର ଦିନ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଳକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରି ପ୍ରଦୀପ ପ୍ରଜ୍ଵଳନ କରିଥିଲେ। ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ନୃସିଂହ ଚରଣ ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗଦେଇ ସରକାରୀ ବିଦ୍ୟାଳୟରେ ବର୍ତ୍ତମାନ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ଦ୍ୱାରା ବହୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଉଜ୍ବଳ ଘଟୁଛି କହିବା ସହ ଶିକ୍ଷା ବ୍ୟବସ୍ଥାରେସୁଧାର ଆଣିବା ପାଇଁ ସରକାର ଯତ୍ନବାନ ରହିଥିବା ନିଜ ବକ୍ତବ୍ୟରେ କହିଥିଲେ। ଏଥିରେ ଜିଲ୍ଲା ପରିଷଦ ସଭ୍ୟା ଶିବାନୀ ସେଠୀ , ସରପଞ୍ଚ ଲକ୍ଷ୍ମୀ ମହାଙ୍କୁଡ, ଗ୍ରାମ ପଞ୍ଚାୟତ ଅଧିକାରୀ ଅଶୋକ କୁମାର ପଟ୍ଟନାୟକ, ବିଦ୍ୟାଳୟର ସଭାପତି ପି. ଗଣେଶ ଚନ୍ଦ୍ର ପାତ୍ର, ସିଆରସିସି ଦିଲ୍ଲୀପ କୁମାର ଜେନା, ପୂର୍ବତନ ସଭାପତି ଦଣ୍ଡପାଣି ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ l ଅତିଥିମାନଙ୍କ ଦ୍ବାରା ପ୍ରଦୀପ ପ୍ରଜ୍ବଳନ କରାଯାଇ ଶାନ୍ତି ପାଠ ଓ ସ୍ଵାଗତ ସଙ୍ଗୀତ ଦ୍ୱାରା ଅତିଥି ମାନଙ୍କୁ ସ୍ଵାଗତ କରାଯାଇଥିଲା l ତା’ ପରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବ ଚରଣ ପଟ୍ଟନାୟଙ୍କ ଦ୍ୱାରା ବାର୍ଷିକ ବିବରଣୀ ପାଠ କରାଯାଇଥିଲା l ଅତିଥିମାନଙ୍କ ଦ୍ବାରା ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ଵ ହାସଲ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରଯାଇଥିଲା l ମଧ୍ୟାହ୍ନ ଭୋଜନ ପରେ ପରେ ବିଦ୍ୟାଳୟର ଶିକ୍ଷକ ଭାସ୍କର ଜେନାଙ୍କ ନିର୍ଦ୍ଦେଶନାରେ “ପାହାଡର ଡାକ” ଏକାଙ୍କିକା ପରିବେଷଣ କରାଯାଇଥିଲା ଏବଂ ଶିକ୍ଷୟିତ୍ରୀ ସୁଶ୍ରୀ ଲକ୍ଷ୍ମୀପ୍ରିୟା ସାହୁଙ୍କ ମାର୍ଗଦର୍ଶନ କ୍ରମେ ବିଭିନ୍ନ ନୃତ୍ୟ ପରିବେଷଣ କରାଯାଇଥିଲା l ଏହି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ରଙ୍ଗାରଙ୍ଗ ସାସ୍କୃତିକ ନୃତ୍ୟ ପରିବେଷଣ ହୋଇଥିଲା। କୁକୁଡ଼ାଖଣ୍ଡି ରୁ ପି.କୃଷ୍ଣମୂର୍ତ୍ତିଙ୍କ ରିପୋର୍ଟ

You may have missed