September 25, 2026

ଗାଡ଼ିର ଇନ୍‌ସୁରାନ୍ସ ନଥିଲେ ଟୋଲଗେଟ୍‌ରେ କଟିବ ଚାଲାଣ, ଫେବୃଆରୀ ପହିଲାରୁ ସାରା ରାଜ୍ୟରେ ନିୟମ ଲାଗୁ …

IMG-20250119-WA0000
Share

 

ଭୁବନେଶ୍ବର/କଟକ

( ଦେବାଶିଷ ଦାଶ )

ମୋଟର ଯାନରେ ବୀମା ନ ଥିଲେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ । ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ ଆସନ୍ତା ଫେବୃଆରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ । ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

 

ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ । ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି ଓ ସେହିଭଳି ପୁନର୍ବାର ନିୟମ ଉଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି ।