March 10, 2026

ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି, ଏକ ହଜାରରୁ ଅଧିକ ଲୋକ କରିଛନ୍ତି ପଞ୍ଜିକରଣ।

IMG-20250519-WA0077
Share

ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି, ଏକ ହଜାରରୁ ଅଧିକ ଲୋକ କରିଛନ୍ତି ପଞ୍ଜିକରଣ

ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି ।

ଭୁବନେଶ୍ୱର ( ଦେବାଶିଷ ଦାଶ )

ୟୁନିଟ-୨ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ମୋହନ ମାଝିଙ୍କ ସହ ୬ ମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଅଭିଯୋଗ ଶୁଣାଣି ପାଇଁ ଏକ ହଜାରରୁ ଅଧିକ ଲୋକ ପଞ୍ଜିକରଣ କରିଛନ୍ତି ।

ଅଭିଯୋଗକାରୀ ଯେପରି କୌଣସି ସମସ୍ୟାର ସମ୍ମୁଖୀନ ନହୁଅନ୍ତି ସେଥିପାଇଁ ଆବଶ୍ୟକୀ ଭିତ୍ତିଭୂମି ବ୍ୟବସ୍ଥା କରାଯାଇଛି ।

ଦୀର୍ଘ ୩୦ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି ।

ଏହା ପୂର୍ବରୁ ଗତ ଏପ୍ରିଲ ୨୧ ତାରିଖରେ ସମ୍ବଲପୁର ଯାଇ ଲୋକଙ୍କ ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ । ଆଗକୁ ବ୍ରହ୍ମପୁରରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ହେବ । ଏହା ସହ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଯାଇ ଅଭିଯୋଗ ଶୁଣି ତାର ସମାଧାନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ।