April 24, 2026

ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟରେ ବନମହୋତ୍ସବ ଏବଂ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ 

IMG-20250719-WA0050
Share

 

ଭଞ୍ଜନଗର, ୧୯ ଜୁଲାଇ: ଆଜି ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ସ୍ଥାନୀୟ ଶ୍ରୀବତ୍ସ ଉଚ୍ଚ ବିଦ୍ୟାଳୟ ଠାରେ ୭୬ ତମ ବନମହୋତ୍ସବ ପାଳନ ହୋଇଯାଇଛି। ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶ ପ୍ରକାରେ ଏବଂ ବଡକୋଦଣ୍ଡା କ୍ଲଷ୍ଟର ସିଆରସିସି ଶ୍ରୀ ଦ୍ଵିତୀକୃଷ୍ଣ ଲେଙ୍କାଙ୍କ ପ୍ରେରଣା ଓ ଆହ୍ଵାନ କ୍ରମେ ବିଦ୍ୟାଳୟ ର ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ମତି ସସ୍ମିତା ମିଶ୍ରଙ୍କ ତତ୍ତ୍ୱାବଧାନରେ ଏହି ପବିତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କାର୍ଯ୍ୟାଳୟ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଘୁମୁସର ଉତ୍ତର ବନଖଣ୍ଡ ଅଧିକାରୀ ଶ୍ରୀ ହିମାଂଶୁ ଶେଖର ମହାନ୍ତି ମୂଖ୍ୟ ଅତିଥି ରୂପେ ଯୋଗଦେଇ ବୃକ୍ଷର ଉପକାରିତା ଓ ଆବଶ୍ୟକତା ଉପରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନଙ୍କୁ ସୂଚନା ଦେଇଥିଲେ। ଅନ୍ୟାନ୍ୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ଭଞ୍ଜନଗର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତି ଲୋପାମୁଦ୍ରା ରଥ, ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମଦନ ମୋହନ ରଥ, ମୁଜାଗଡ ରେଞ୍ଜ ଅଫିସର ଶ୍ରୀ ବିମ୍ବାଧର ସାହୁ, ଏବିଇଓ ତଥା ବିଆରସିସି ଶ୍ରୀ ସୂର୍ଯ୍ୟ ନାଇକ, ସିଆରସିସି ଦ୍ଵିତୀକୃଷ୍ଣ ଲେଙ୍କା ଓ ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟର ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତି ସସ୍ମିତା ମିଶ୍ର। ସମସ୍ତ ଅତିଥି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କୁ ବୃକ୍ଷ ସମ୍ପର୍କରେ ନିଜ ନିଜ ମତାମତ ଉପସ୍ଥାପନା କରିବା ସହ ବିଦ୍ୟାଳୟ ପ୍ରାଙ୍ଗଣରେ ସମସ୍ତଙ୍କ ଗହଣରେ ବୃକ୍ଷ ଚାରା ରୋପଣ କରିଥିଲେ। ଏହି ପରିପ୍ରେକ୍ଷୀରେ ବନବିଭାଗ ପକ୍ଷରୁ ସମସ୍ତ ଛାତ୍ରଛାତ୍ରୀଙ୍କୁ ବୃକ୍ଷ ଚାରା ବଣ୍ଟନ କରାଯାଇଥିଲା। ସିଆରସିସି ଦ୍ଵିତୀକୃଷ୍ଣ ଲେଙ୍କା ବିଭିନ୍ନ ସ୍ଲୋଗାନ ଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। ପୂର୍ବତନ ସିଆରସିସି ଶ୍ରୀ ମୋହନ ସାହୁଙ୍କ ବୃକ୍ଷ ସଂପର୍କୀତ ସଂଗୀତ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

ଆଜି ମଧ୍ୟ ସ୍ଥାନୀୟ ଶ୍ରୀବତ୍ସ ଉଚ୍ଚ ବିଦ୍ୟାଳୟ ଠାରେ ବଡକୋଦଣ୍ଡା କ୍ଲଷ୍ଟରର ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି।ବଡକୋଦଣ୍ଡା କ୍ଲଷ୍ଟରର ୧୧ ଟି ସ୍କୁଲର ପ୍ରଧାନ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଏହି ମାସିକ ବୈଠକ ଅନୁଷ୍ଠିତ ହୋଇଥିଲା। ସିଆରସିସି ଦ୍ଵିତୀକୃଷ୍ଣ ଲେଙ୍କାଙ୍କ ପରିଚାଳନାରେ ଅନୁଷ୍ଠିତ ଏହି ବୈଠକକୁ ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ମଦନ ମୋହନ ରଥ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଭଞ୍ଜନଗର ବ୍ଳକ୍ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତି ଲୋପାମୁଦ୍ରା ରଥ ଓ ସହ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ସୂର୍ଯ୍ୟ ନାଇକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଏହି ମାସିକ ବୈଠକର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିଲେ।

ଏଥିରେ ମୌଳିକ ସଂଖ୍ୟା ଜ୍ଞାନ ଓ ସାକ୍ଷରତା, ଶିଶୁ ବାଟିକା, ଜୁଲାଇ ମାସର ଶୈକ୍ଷିକ କ୍ୟାଲେଣ୍ଡର, ବିଭିନ୍ନ ଶ୍ରେଣୀର ପାଠ୍ୟକ୍ରମ, ବିଦ୍ୟାଳୟ ସମୟ ନିର୍ଘଣ୍ଟ, ବିଦ୍ୟାଳୟ ନିରାପତ୍ତା, ବିଦ୍ୟାଳୟ ବିକାଶ ଓ ସୁରକ୍ଷା ଯୋଜନା ଉପରେ ଆଲୋଚନା ହୋଇଥିଲା। ଶ୍ରୀ ବତ୍ସ ଉଚ୍ଚ ବିଦ୍ୟାଳୟର ଭାର ପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ମିଶ୍ରଙ୍କ ସହାୟତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ସମସ୍ତ ପ୍ରକାରର ସାହାଯ୍ୟ ଓ ସହଯୋଗ କରିଥିଲେ।

ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ

You may have missed