ଲମତାପୁଟରେ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

IMG-20250819-WA0003
Share

 

 

କୋରାପୁଟ ଜିଲା ଲମତାପୁଟ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସର ମଧରେ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟୱାନ ମଜାଜନ ଏସପି ରହିତ ବର୍ମା,ଉପ ଜିଲ୍ଲାପାଳ ପ୍ରେମ ଲାଲ ହିଆଲ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର,ମାଛକୁଣ୍ଡ ତହସିଲଦାର ଦିବାକର ବାଘ, ଜିଲା ଚିକତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀବ ଡା.ଆର ଏନ ମିଶ୍ର,ଖଣ୍ଡିଅ ବନ ବିଭାଗ ଅଧିକାରୀ ରାଜ ଶେଖର ରାଓ,ଲମତାପୁଟ ବ୍ଲକ ଅଧକ୍ଷ ତାପସ କୁମାର ଚାଲାଣ ପ୍ରମୁଖ ଉପସ୍ଥିତ ରହିଥିଲେ l ଜିଲ୍ଲାରେ ନୂତନ ଭାବରେ ଯୋଗ ଦାନ କରିବା ପରେ ପ୍ରଥମ କରି ଲମତାପୁଟରେ ମିଳିତ ଜଣାଶୁଣାଣୀ କାର୍ଯ୍ୟକ୍ରମ ରେ ଯୋଗଦେଇ ଥିଲେ l ଲଗାଣ ବର୍ଷା ଲାଗି ରହିଥିଲେ ମଧ୍ୟ ଜିଲା ପାଳ କାର୍ଯ୍ୟକ୍ରମ ରେ ଯୋଗଦେଇ ମୋଟ 40ଗୋଟିଏ ବିଭିନ୍ନ ଅଭିଯୋଗର ଜନ ଶୁଣାଣୀ କରିଥିଲେ l ବ୍ୟକ୍ତିଗତ ସମସ୍ୟା ଉପରେ 19 ଓ ସାମୁହିକ ଭାବରେ 21 ଗୋଟି ସମସ୍ୟା ଉପରେ ଲୋକଙ୍କୁ ଠାରୁ ଅଭିଯୋଗ ଗ୍ରହଣ କରି ସମସ୍ୟାର ସମାଧାନ କରିବା ନେଇ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ ଦେଇଥିଲେ l ତେବେ ଆୟୋଜିତ ଜନଶୁଣାଣୀ କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଲମତାପୁଟ ଗୋଷ୍ଠି ଉନ୍ନୟନ ଅଧିକାରୀ ଜୟନ୍ତ କୁମାର ମେହେର ସମେତ ବ୍ଲକ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ lକୋରାପୁଟ ଜ଼ିଲ୍ଲା ପ୍ରତି ନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ଉପାନ୍ତ ଖବର

You may have missed