November 26, 2024

ଗଜପତି:- ଜିଲ୍ଲାସ୍ତରୀୟ ୨ ଦିନିଆ ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା: ୨୦୨୪-୨୫ କାର୍ଯ୍ୟକ୍ରମ ଉଦଘାଟିତ ..

Share

ଗଜପତି ଜିଲ୍ଲା ରାୟଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଏସଏସଡି) ଖେଳ ପଡିଆ ଠାରେ ଗଜପତି ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଆୟୋଜକରେ ଗଜପତି ଜିଲ୍ଲାସ୍ତରୀୟ ୨ ଦିନିଆ ସମୂହ କ୍ରୀଡା ପ୍ରତିଯୋଗିତା ଆଜି ଉଦଘାଟିତ ହୋଇଯାଇଛି ।

ଏହି କ୍ରୀଡା ପ୍ରତିଯୋଗିତାରେ ମୋହନା ବିଧାୟକ ଶ୍ରୀ ଦାଶରଥି ଗମାଙ୍ଗ ଏବଂ ପାରଳାଖେମୁଣ୍ଡି ବିଧାୟକ ଶ୍ରୀ ରୁପେଶ ପାଣିଗ୍ରାହୀ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ମିଳିତ ଭାବେ ଉଦଘାଟନ କରିଥିଲେ ।

ଏହି ଅବସରରେ ଉପସ୍ଥିତ କ୍ରୀଡା ପ୍ରତିଯୋଗୀ ମାନଙ୍କୁ ପାଠ ପଢ଼ିବା ସହ ଖେଳ ଦିଗରେ ମଧ୍ୟ ଆଗକୁ ବଢ଼ିବାକୁ କହି ନିଷ୍ଠାର ସହ ଶୃଙ୍ଖଳିତ ଭାବେ ଯେ କୌଣସି ପ୍ରତି ଅଭ୍ୟାସ ଜାରୀ ରଖିଲେ ସେ ନିଶ୍ଚିତ ଭାବେ ସଫଳ ହୋଇପାରିବ । ତେଣୁ ଖେଲୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ଏବଂ ଭଲ ପାଠ ଓ ଖେଳରେ ଆଗେଇ ଜିଲ୍ଲା , ରାଜ୍ୟ ଓ ଦେଶ ପାଇଁ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଭାରାପ୍ରାପ୍ତ ଜିଲ୍ଲା କ୍ରୀଡା ଅଧିକାରୀ ଶ୍ରୀ ପ୍ରାଣକୃଷ୍ଣ ପାଣିଗ୍ରାହୀ , ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀ ମନୋଜ କୁମାର ବେହେରା ଏବଂ ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ତଥା ଆଇପିଇ: ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇ କ୍ରୀଡା ପ୍ରତିଯୋଗୀ ମାନଙ୍କୁ ଶୁଭେଛା ଜଣାଇବା ସହ ସେମାନଙ୍କ ଉତ୍ତୋରତ୍ତର କାମନା କରି ବିଭିନ୍ନ ସ୍ତରର କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଗଜପତି ଜିଲ୍ଲାର କ୍ରୀଡା ପ୍ରତିଯୋଗୀ ମାନେ ଅତୀତରେ କିଭଳି ଗଜପତି ଜିଲ୍ଲା ପାଇଁ ସଫଳତା ଓ ଗୌରବ ଆଣିଛନ୍ତି , ସେ ସମ୍ପର୍କରେ କହିଥିଲେ ।

ଏହି କାର୍ଯ୍ୟକ୍ରମରେ ଏବିଓ ଶ୍ରୀ ଏସ ପାପାରାଓ ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ରବି କୁମାର ଏବଂ ଏସଏସଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଶ୍ରୀ ସୁରେଶ ସାହୁକାରଙ୍କ ସମେତ ବିଭିନ୍ନ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ମାନେ ମଞ୍ଚାସିନ ଥିଲେ ।

ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ ଦାଶରଥି ଗମାଙ୍ଗ ଜିଲ୍ଲାସ୍ତରୀୟ କ୍ରୀଡା ଶୁଭାରମ୍ଭ ର ଘୋଷଣା କରିବା ସହ କ୍ରୀଡା ପତାକା ଉତ୍ତୋଳନ କରିଥିଲେ ।

ପରେ ଉପସ୍ଥିତ କ୍ରୀଡା ପ୍ରତିଯୋଗୀ ଓ କ୍ରୀଡା ଶିକ୍ଷକ ମାନଙ୍କ ମଧ୍ୟରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

କ୍ରୀଡା ପ୍ରତିଯୋଗିତା ମଧ୍ୟରେ ଖୋ-ଖୋ , କବାଡି , ଭଲିବଲ୍ , ସତରଞ୍ଜ , କୁସ୍ତି , ବ୍ୟାଡମିଣ୍ଟନ , ତୀରନ୍ଦାଜ , ଯୋଗାସନ ଏବଂ ଦୌଡକୁଡ ପ୍ରଭୃତି ପ୍ରତିଯୋଗିତା ୨ ଟି ଖେଳ ପଡ଼ିଆରେ ଅନୁଷ୍ଠିତ ହେଉଛି ।

ଏହି ପ୍ରତିଯୋଗିତାରେ ଗଜପତି ଜିଲ୍ଲାର ୭ଟି ବ୍ଲକର ୭ଟି ଜୋନରୁ ୫୫୦ ରୁ ଅଧିକ ପ୍ରତିଯୋଗୀ ୧୬ ଗୋଟି ଇଭେଣ୍ଟସ ରେ ଅଂଶଗ୍ରହଣ କରୁଛନ୍ତି ।

ଆଇପିଇ: ତଥା ଜିଲ୍ଲା ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଭିନ୍ନ ବିଦ୍ୟାଳୟର ୫୦ ରୁ ଅଧିକ କ୍ରୀଡା ଶିକ୍ଷକ ମାନେ ଯୋଗଦେଇ ସମସ୍ତ କ୍ରୀଡା ପ୍ରତିଯୋଗିତା ସୁଚାରୁରୂପେ ପରିଚାଳନା କରୁଛନ୍ତି ।

———————————————

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

———————————————–

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.