November 26, 2024

ରାଜ୍ୟ କୃଷି ପରାମର୍ଶଦାତା ରାମ ଚନ୍ଦ୍ର ପଣ୍ଡା ଙ୍କ ମୋହନା ବ୍ଲକ ଗସ୍ତ …

Share

ରାଜ୍ୟ ସରକାରଙ୍କ କୃଷି ପରାମର୍ଶ ଦାତା ତଥା ପୂର୍ବତନ ଉପ ବାଚସ୍ପତି ରାମ ଚନ୍ଦ୍ର ପଣ୍ଡା ମୋହନା ବ୍ଲକ କୁ ଦିନିକିଆ ଗସ୍ତରେ ଆସି ମୋହନା ବ୍ଲକ ର ଦୁର୍ଗମ ଅଞ୍ଚଳରେ ହେଉଥିବା ବିଭିନ୍ନ ଉନ୍ନତ ଧରଣର ଚାଷ କାର୍ଯ୍ୟ ଦେଖି ସନ୍ତୋଷ ପ୍ରକାଶ କରିବା ସଙ୍ଗେ ଚାଷ ଜମିକୁ ଉଠା ଜଳସେଚନର ବ୍ୟବସ୍ଥା କରିବା ନିମନ୍ତେ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ଖପୁରିପଟା ଗ୍ରାମରେ ମହିଳା ସ୍ଵୟଂ ସହାୟକ ଗୋଷ୍ଟି ଦ୍ଵାରା ହୋଇଥିବା ମାଣ୍ଡିଆ ପ୍ରକ୍ରିୟାକରଣ କେନ୍ଦ୍ର ପରିଦର୍ଶନ କରିବା ସହ କିଭଳି ବଜାରରେ ଉତ୍ପାଦିତ କୃଷି ସାମଗ୍ରୀକୁ ସହଜରେ ବିକ୍ରି ହୋଇପାରିବ ସେ ସମ୍ପର୍କରେ ମହିଳା ଚାଷୀଙ୍କୁ ପରାମର୍ଶ ଦେଇଥିଲେ। ପରେ ଉଦ୍ୟାନ ବିଭାଗ ପକ୍ଷରୁ ଯୁବଗାଁ ରେ କରାଯାଇଥିବା ପରିବା ଚାଷ ଏବଂ ଆଳୁ ଚାଷକୁ କିଭଳି ଜଳସେଚନ ର ସୁବିଧା କରାଯାଇପାରିବ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ଥିବା ଉଠା ଜଳସେଚନ ବ୍ୟବସ୍ଥାକୁ କାର୍ଯ୍ୟକ୍ଷମ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ଉପଦେଷ୍ଟା ଙ୍କ ଗସ୍ତ ସମୟରେ ବ୍ଲକ ଅଧକ୍ଷ ରଞ୍ଜୀବ ଶବର, କୃଷି ଅଧିକାରୀ ଭବେନ୍ଦ୍ର ମୁର୍ମୁ ଙ୍କ ସମେତ ଉଦ୍ୟାନ କୃଷି ଅଧିକାରୀ କରୁଣା କର ପାଇକ ସମେତ ବିଭାଗୀୟ କର୍ମଚାରୀ ଉପସ୍ଥିତ ଥିଲେ। ଏହା ପରେ କୃଷି ପରାମର୍ଶ ଦାତା ଙ୍କ ମୋହନା ଗସ୍ତ ଅବସରରେ ସ୍ଥାନୀୟ କେତକ ରାଜ ନେତା ସାକ୍ଷାତ କରି ଆଗାମୀ ସାଧାରଣ ନିର୍ବାଚନରେ ବିଜେଡି ଦଳ ପକ୍ଷରୁ ସାଂସଦ ପାର୍ଥି ହେବାକୁ ଅନୁରୋଧ କରିଥିଲେ।

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.

You may have missed