November 27, 2024

ରାମନାଗୁଡା ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବି ନେଇ ତହସିଲ କାର୍ଯ୍ଯାଳୟ ଘେରାଉ….

Share

ରାମନାଗୁଡା, ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ ଅଖିଳ ଭାରତ କୃଷକ ମହାସଭା ଓ ସି ପି ଆଇ (ଏମଏଲ) ଲିବରେସନ ତରଫରୁ ରାମନାଗୁଡା ର ଖିଲାପଦର ଛକ ଠାରୁ ଏକ ଶୋଭାଯାତ୍ରା ବାହାରି ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା କରିବା ସହ ୧୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ଦାବିପତ୍ର ତହସିଲଦାର ନିର୍ମଳ ଚନ୍ଦ୍ର ସାହୁଙ୍କୁ ପ୍ରଦାନ କରାଯାଇଛି। ଏଥିରେ ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା, ମରୁଡ଼ିରେ କ୍ଷତିଗ୍ରସ୍ଥ ଚାଷୀମାନଙ୍କୁ ଏକର ପିଛା ୫୦ହଜାର ଟଙ୍କା, ମରୁଡ଼ିରେ କ୍ଷତିଗ୍ରସ୍ଥ ଚାଷୀମାନଙ୍କୁ ଋଣ ଛାଡ଼, ନୂଆ ଋଣ ଯୋଗାଇବା ଏବଂ ଭାଗଚାଷୀଙ୍କୁ ଚାଷୀର ମାନ୍ୟତା, ମରୁଡ଼ି କ୍ଷତିଗ୍ରସ୍ତ ହିତାଧିକାରୀକୁ ଜଳକର ଛାଡ଼ , କପା କୁଇଣ୍ଟାଲ ୯ହଜାର ଟଙ୍କା ପ୍ରଦାନ , ଗୋଗୁପାଡୁ ପଞ୍ଚାୟତର କାଟିକି ଓ ଗୁଲୁଣ୍ଟି ପଞ୍ଚାୟତର ତାମିଲିଗୁଡ଼ା ଗ୍ରାମର ଆଦିବାସୀମାନଙ୍କ ଭୋଗ ଦଖଲରେ ରହିଥିବା ଜମିର ପଟ୍ଟା ପ୍ରଦାନ ଓ ଆଦିବାସୀମାନଙ୍କ ନାମରେ ହୋଇଥିବା ମିଥ୍ୟା କେସ୍‌କୁ ପ୍ରତ୍ୟାହାର, କେନ୍ଦ୍ର ସରକାରଙ୍କ ଦ୍ବାରା ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ଗ୍ରାମ ସଭାକୁ ଅକାମୀ କରିଦେଉଥିବା ଚକ୍ରାନ୍ତକୁ ବନ୍ଦ କରିବା, ଆଦିବାସୀ ମାନଙ୍କର ଭୋଗ ଦଖଲରେ ରହିଥିବା ସରକାରୀ ଜମି, ଜଙ୍ଗଲ ଜମିକୁ ଚିହ୍ନଟ କରିବା ପାଇଁ ଆର.ଆଇ, ଓ ଅମିନ୍‌କୁ ମାସିକ ୧୫ ଦିନ ପାଇଁ ନିର୍ଦ୍ଦେଶ ଦେବା, ଶୀତଳ ଭଣ୍ଡାର ଓ ଢ଼େପାଗୁଡ଼ା ଡ୍ୟାମ୍ ରୁ ଚାଷୀମାନଙ୍କୁ ଜଳ ସେଚନ ଯୋଗାଇବା ଓ ଗୁଲୁଣ୍ଡି ପଞ୍ଚାୟତରେ ସୋରିଷ ପଦର ଗାଁର ଚାଷୀ ମାନଙ୍କୁ ଜଳକର ଛାଡ. କେନାଲ ନିମନ୍ତେ କ୍ଷତିଗ୍ରସ୍ଥଙ୍କୁ କ୍ଷତିପୂରଣ ଓ ଲହରଗାଡ଼ା ନାଳକୁ ଜଳ ପ୍ରକଳ୍ପ, ଆନ୍ଧ୍ରର ଜମି ମାଫିଆମାନେ ଆଦିବାସୀମାନଙ୍କ ଦଖଲରେ ଥିବା ଜମିକୁ ବେଆଇନ ଭାବେ ରେଜିଷ୍ଟି ରଦ୍ଧ କରିବା, ଏମ୍.ଜି.ଏନ୍.ଆର୍.ଇ.ଜି.ଏ କାମର ବର୍ଷ କୁ ୨ଶହ ଦିନ କାମ ଦୈନିକ ୬ଶହ ଟଙ୍କା ମଜୁରୀ, ବ୍ୟାପକ ଦୁର୍ନିତୀ ବନ୍ଦ କରିବା ସହିତ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ୫ଲକ୍ଷଟଙ୍କା, ସମସ୍ତ ଗରିବ ଏବଂ ବିପିଏଲ ପରିବାରର ମାନଙ୍କୁ ବିଦ୍ୟୁତ୍ ବିଲ ଛାଡ଼ ୨ଶହ ୟୁନିଟ୍ ମାଗଣା ବିଦ୍ୟୁତ୍ ଯୋଗାଇବା, କେନ୍ଦ୍ର ସରକାରଙ୍କ ଦ୍ବାରା ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ଗ୍ରାମ ସଭାକୁ ଅକାମୀ କରିଦେଉଥିବା ଚକ୍ରାନ୍ତକୁ ବନ୍ଦ କରିବା , ପ୍ରତ୍ୟେକ ଗରୀବ ପରିବାରକୁ ରେସନ୍‌କାର୍ଡ, ରେସନ୍‌କାର୍ଡ ଧାରୀଙ୍କୁ ୫୦ କେଜି ଚାଉଲ, ଚାଷୀମାନେ ଚାଷ କରୁଥିବା ବାଇଗଣ, ଭେଣ୍ଡି, ଝୁଡ଼ଙ୍ଗ, ଫୁଲକୋବି, ପତ୍ର କୋବି , ଇତ୍ୟାଦି ପରିବା ଚାଷ କରିଥିବା କ୍ଷତିଗ୍ରସ୍ତ ଚାଷୀଙ୍କୁ ମରୁଡ଼ି ସହାୟତା, ଆଦିବାସୀମାନଙ୍କ ଜମି ଅଣ-ଆଦିବାସୀମାନେ କିଣିବା ଆଇନକୁ ସଂପୂର୍ଣ୍ଣ ରୂପେ ରଧ୍ୟ କରିବା ନେଇ ଦାବି କରାଯାଇଛି।
ଏଥିରେ ଜିଲ୍ଲା ସଂପାଦକ ତ୍ରିପତି ଗମାଙ୍ଗ ,ଅଖିଳ ଭାରତ କୃଷକସଭା ସଭାପତି ଅନାସିମ ଶବର,ବୃନ୍ଦାବନ ବିଡିକା, କରୁଣା କର ଲିମା, ସାନିଆ ବିଡିକା , ଦାସୁରୁ ପାତିକା , ଗୋବିନ୍ଦ ପାତିକା , ରମେଶ ପାତିକା , ମୋଜେସ ବିଡିକା, ଲବ ବିଡିକା, ଶୁଣ୍ଡମା ବିଡିକା, ରାମଦାସ ନିମାଲା , ଛାଣ୍ଟି ନିମାଲା ପ୍ରମୁଖ ଉପସ୍ଥିତ ଥିଲେ।(ସଞ୍ଜିବ କୁମାର ଦାଶ ଙ୍କ ରିପୋର୍ଟ)