March 8, 2026

+୨ କଳା ପରୀକ୍ଷା ଆରମ୍ଭ , ୫ଟି କେନ୍ଦ୍ରରେ ୧୧୬୦ ପରୀକ୍ଷାର୍ଥୀ 

IMG-20260220-WA0061
Share

ବୁଗୁଡ଼ା : ତା ୨୦/୦୨/୨୬ : ଆଜି +୨ କଳା ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ବୁଗୁଡ଼ା ଅଞ୍ଚଳର ୫ଟି ପରୀକ୍ଷା କେନ୍ଦ୍ରରେ ମୋଟ ୧୧୭୨ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୧୬୦ ପରୀକ୍ଷା ଦେଇଥିବା ବେଳେ ୧୨ ଜଣ ଛାତ୍ରଛାତ୍ରୀ ଅନୁପସ୍ଥିତ ରହିଥିବା ଜଣାଯାଇଛି । ବୁଗୁଡ଼ା ପିପୁଲ୍ସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଆତ୍ମ ପ୍ରକାଶ ନାୟକଙ୍କ ତତ୍ତ୍ଵାବଧାନରେ ୪୩୬ରୁ ୪୨୮ ଜଣ ଓ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ମନୋଜ କୁମାର ସ୍ବାଇଁଙ୍କ ତତ୍ତ୍ବାବଧାନରେ ୨୨୦ରୁ ୨୧୯ ଜଣ , ବାଲିପଦର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ ସରୋଜ କାନ୍ତ ଦାସଙ୍କ ତତ୍ତ୍ବାବଧାନରେ ୨୯୬ରୁ ୨୯୪ ଜଣ ଓ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଅନୁପ କୁମାର ପଣ୍ଡାଙ୍କ ତତ୍ତ୍ବାବଧାନରେ ୧୬୯ରୁ ୧୬୮ ଜଣ, କରଚୁଲି ଶକୁନ୍ତଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କେନ୍ଦ୍ରରେ ସୁପରିଟେଣ୍ଡେଣ୍ଟ୍ ଗଦାଧର ମିଶ୍ରଙ୍କ ତତ୍ତ୍ଵାବଧାନରେ ୫୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ତେବେ ପିପୁଲ୍ସ କଲେଜ କେନ୍ଦ୍ରରେ ପିପୁଲ୍ସ କଲେଜର ଛାତ୍ରଛାତ୍ରୀଙ୍କ ସମେତ ବାଲିପଦରସ୍ଥ ଅହଲ୍ୟା ଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ବାଲୁଙ୍କେଶ୍ଵର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । କପିକୁ ରୋକିବା ପାଇଁ ପରୀକ୍ଷାର୍ଥୀଙ୍କୁ କଡାକଡି ଭାବେ ଯାଞ୍ଚ କରାଯାଇଥିବା ବେଳେ ଉକ୍ତ ୫ଟି କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ପ୍ରଥମ ଦିନର ପରୀକ୍ଷା ସମ୍ପନ୍ନ ହୋଇଥିବା ଜଣାଯାଇଛି ।