November 22, 2024

ସରପଞ୍ଚ, ସମିତି ସଭ୍ୟ, ଜିଲ୍ଲାପରିଷଦ ସଭ୍ୟଙ୍କ ପାରିତୋଷିକ ଓ ବୈଠକ ଭତ୍ତା ବୃଦ୍ଧି ଯୋଗୁଁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ଜନ ପ୍ରତିନିଧି। ଉମରକୋଟ: ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି……..

Share

 

 

ଉମରକୋଟ:- ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ପଞ୍ଚାୟତିରାଜ ପ୍ରତିନିଧିମାନେ ତାଙ୍କୁ ଭେଟି ଏହି ପାରିତୋଷିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ।
ନିଷ୍ପତ୍ତି ଅନୁଯାୟୀ ଜିଲ୍ଲା ପରିଷଦ ସଭାପତି ମାନେ ୯,୩୮୦ ଟଙ୍କା ପରିବର୍ତ୍ତେ ୩୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ। ସେମାନଙ୍କ ଦୈନିକ ଭତ୍ତା ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ଉପ-ସଭାପତି ମାନଙ୍କ ପାରିତୋଷିକ ୭,୦୪୦ ଟଙ୍କାରୁ ୨୦,୦୦୦ ଟଙ୍କା କୁ ବୃଦ୍ଧି କରାଯାଇଛି ଏବଂ ସେମାନଙ୍କ ଭତ୍ତା ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ଜିଲ୍ଲା ପରିଷଦ ସଦସ୍ୟମାନେ ପୂର୍ବରୁ ୩,୫୩୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ମାସିକ ପାରିତୋଷିକ ପାଇବେ ଏବଂ ସେମାନଙ୍କ ଦୈନିକ ଭତ୍ତା ମଧ୍ୟ ୩୦୦ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ସେହିଭଳି ପଞ୍ଚାୟତ ସମିତି ଅଧ୍ୟକ୍ଷମାନେ ୩,୫୩୦ ଟଙ୍କା ପାଉଥିଲେ। ଏବେ ୧୫,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଉପାଧ୍ୟକ୍ଷମାନେ ପୂର୍ବରୁ ପାରିତୋଷିକ ୨,୩୫୦ ଟଙ୍କା ପାଉଥିଲେ। ଏବେ ୭,୫୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ସଦସ୍ୟମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିଲେ। ଏବେ ୭,୫୦୦ ଟଙ୍କା ପାଇବେ। ସେହିଭଳି ସରପଞ୍ଚମାନେ ପୂର୍ବରୁ ୨,୩୫୦ ଟଙ୍କା ପାଉଥିବା ବେଳେ ଏବେ ୧୦,୦୦୦ ଟଙ୍କା ପାଇବେ। ନାଏବ ସରପଞ୍ଚମାନେ ପୂର୍ବରୁ ୯୪୦ ଟଙ୍କା ପାଉଥିବା ବେଳେ ଏବେ ୪,୦୦୦ ଟଙ୍କା ପାଇବେ। ପଞ୍ଚାୟତ ସମିତି ଅଧ୍ୟକ୍ଷ, ଉପାଧ୍ୟକ୍ଷ, ପଞ୍ଚାୟତ ସମିତି ସଭ୍ୟ, ସରପଞ୍ଚ ନାଏବ ସରପଞ୍ଚ ଏବଂ ୱାର୍ଡମେମ୍ବରମାନଙ୍କର ଦୈନିକ ଭତ୍ତା ୨୪୦ ଟଙ୍କାରୁ ୪୮୦ ଟଙ୍କାକୁ ବୃଦ୍ଧି କରାଯାଇଛି।
ଏହା ବ୍ୟତିତ ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପଦବୀରେ ଥିବା ସମୟରେ ବିୟୋଗ ଘଟିଲେ ଅନୁକମ୍ପମୂଳକ ସହାୟତା ରାଶି ବାବଦରେ ୨ ଲକ୍ଷ ଟଙ୍କା ମିଳିବ। ଏହା ସହିତ ଦୂର୍ଘଟଣାଜନିତ ପୂର୍ଣ୍ଣ ଅକ୍ଷମତା କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ଦିଆଯିବ। ସେହିପରି ଆଂଶିକ ଅକ୍ଷମତା କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିପାଇଁ ଉମରକୋଟ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଶୀଳା ମାଝି ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ସମସ୍ତ ସରପଞ୍ଚ ସମିତି ସଭ୍ୟ ସଭ୍ୟା ଓ ଜିଲ୍ଲା ପରିଷଦ ସଦସ୍ୟ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ବଳିଷ୍ଠ ପଦକ୍ଷେପ ନିମନ୍ତେ ଧନ୍ୟବାଦ ସହ କୃତଜ୍ଞତା ଜଣାଇଛନ୍ତି।(ନବରଙ୍ଗପୁର ଜିଲ୍ଲା ଉମରକୋଟ ରୁ ଏମ୍.ଦିନା°ଶୁ ଆଚାରୀ ଙ୍କ ରିପୋର୍ଟ)