May 14, 2026

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

IMG-20240720-WA0028
Share

 

ଭୁବନେଶ୍ୱର:ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ ଅସାଧାରଣ ଗୁଣୀ, ସାଧିକା ଓ ତ୍ୟାଗୀ ମହିଳା ଥିଲେ। ଶତାଧିକ ସ୍ୱଦେଶୀ ଧାନ ଓ ଅନ୍ୟାନ୍ୟ ଶସ୍ୟର ବିହନ ସଂରକ୍ଷଣ କରି ଏବଂ ଜୈବିକ ଚାଷକୁ ପ୍ରୋତ୍ସାହନ ଦେଇ ସେ ମଣିଷ ସମାଜ ପାଇଁ ଏକ ସୁନ୍ଦର ଭବିଷ୍ୟତ ସଂରକ୍ଷିତ କରୁଥିଲେ। ପରିବେଶର ସୁରକ୍ଷା ପାଇଁ ତାଙ୍କର ଅମୂଲ୍ୟ ଅବଦାନ ରାଜ୍ୟ ଓ ଦେଶ କେବେ ଭୁଲି ପାରିବ ନାହିଁ। ତାଙ୍କ ବିୟୋଗ ସାରା ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ପୂଜାରୀଙ୍କ ପୁଅ ଟଙ୍କଧର ପୂଜାରୀଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇ ଶାନ୍ତ୍ବନା ଦେଇଛନ୍ତି।

ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସ୍ବର୍ଗତ ପୂଜାରୀଙ୍କ ଶେଷ କୃତ୍ୟ ସଂପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।