April 28, 2026

Jay Dholakia Take Oath: ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଲେ ଜୟ ଢୋଲକିଆ..

IMG-20251120-WA0029
Share

 

ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି ….

 

 

 

ଭୁବନେଶ୍ୱର: ନବ ନିର୍ବାଚିତ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଧାୟକ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ଗୁରୁବାର ମଧ୍ୟାହ୍ନରେ ବାଚସ୍ପତି ସୁରମା ପାଢୀ ତାଙ୍କ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ଢୋଲକିଆଙ୍କ ମା, ପତ୍ନୀଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଜୟ ଢୋଲକିଆଙ୍କ ଯୋଗଦାନ ବିଧାନସଭାରେ ବିଜେପିର ଉପସ୍ଥିତିକୁ ସୁଦୃଢ଼ ​​କରିଛି।

 

୨୦୨୪ ବିଧାନସଭା ନିର୍ବାଚନରେ ରାଜେନ୍ଦ୍ର ଢୋଲକିଆ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ହେଲେ ୨୦୨୫ ମସିହାରେ ଅସୁସ୍ଥତା ଯୋଗୁ ତାଙ୍କର ଦେହାନ୍ତ ହୋଇଥିଲା ।

 

ପଦ ଓ ଗୋପନୀୟତାର ଶପଥ ପାଠ

 

 

ଏହାପରେ ନୂଆପଡ଼ାରେ ଉପନିର୍ବାଚନ ଲାଗି ତାରିଖ ଘୋଷଣା କରାଯାଇଥିଲା। ୨୦୨୫ ମସିହା ନଭେମ୍ବର ୧୧ ତାରିଖରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା ।

 

 

ନଭେମ୍ବର ୧୪ରେ ହୋଇଥିବା ଭୋଗ ଗଣତିରେ ଜୟ ଢୋଲକିଆ ବିପୁଳ ସଂଖ୍ୟାରେ ବିଜୟୀ ହୋଇଥିଲେ । ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସର ଘାସିରାମ ମାଝୀଙ୍କୁ ଜୟ ଢୋଲକିଆ ପରାଜିତ କରିଥିଲେ।

 

Jai Dholakia takes oath

Jai Dholakia takes oath

ଢୋଲକିଆ ନୂଆପଡା ଉପନିର୍ବାଚନରେ ​​୮୩,୦୦୦ରୁ ଅଧିକ ଭୋଟ ବ୍ୟବଧାନରେ ବିଜୟୀ ହୋଇ ଏକ ବଡ଼ ବିଜୟ ହାସଲ କରିଛନ୍ତି।

 

ଢୋଲକିଆ ୧,୨୩,୮୬୯ ଭୋଟ ପାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଏବଂ ୪୦,୧୨୧ ଭୋଟ ସହିତ ଦ୍ୱିତୀୟ ସ୍ଥାନରେ ଥିବା କଂଗ୍ରେସ ପ୍ରାର୍ଥୀ ଘାସି ରାମ ମାଝୀଙ୍କଠାରୁ ବହୁତ ଆଗରେ ଥିଲେ। ବିଜୁ ଜନତା ଦଳ (ବିଜେଡି)ର ସ୍ନେହାଙ୍ଗିନୀ ଛୁରିଆ ୩୮,୪୦୮ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ।