August 9, 2026

ଶ୍ରୀ ଅରବିନ୍ଦ ପୁର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ବାର୍ଷିକ ଉତ୍ସବ…

bhuj
Share

ବୁଗୁଡ଼ା : ତା ୨୧/୦୩/୨୪ : ବୁଗୁଡା ବ୍ଲକ ବାଲିପଦର ମାତୃଗିରିସ୍ଥିତ ଶ୍ରୀ ଅରବିନ୍ଦ ପୁର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ସଭାପତି ନାରାୟଣ ସାମନ୍ତରାଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମକୁ ବାଲିପଦର ପଞ୍ଚାୟତ ସରପଞ୍ଚ ରାଜଲକ୍ଷ୍ମୀ ପ୍ରଧାନ ଉଦଘାଟନ କରିଥିବା ବେଳେ ଅନ୍ୟତମ ଅତିଥି ଭାବେ ଫାଣ୍ଡି ଅଧିକାରୀ ସମୀର କୁମାର ବେହେରା , ପ୍ରକାଶ ଚନ୍ଦ୍ର ପାତ୍ର, ଲକ୍ଷ୍ମୀ ପ୍ରସାଦ ନାୟକ,ପ୍ରଜ୍ଞାଶ୍ରୀ ଅଚାରୀ,ସଞ୍ଜିବ କୁମାର ପାତ୍ର, ରାଜେନ୍ଦ୍ର ମହାରଣା, ସମ୍ବିତ୍ ପାତ୍ର, ବାଳକୃଷ୍ଣ ଦୋରା ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଶିକ୍ଷାକେନ୍ଦ୍ରର ଅଧ୍ଯକ୍ଷା ନୟନୀ ମହାରଣା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା ।

You may have missed