April 24, 2026

ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ରେ ସାମୂହିକ ବିବାହ ଉତ୍ସବ ସମ୍ପନ୍ନ

IMG-20260421-WA0050
Share

 

*୧୭ ଯୋଡ଼ି ଦମ୍ପତିଙ୍କ ସାମୁହିକ ବିବାହ ସମ୍ପନ୍ନ*

 

ପାରଳାଖେମୁଣ୍ଡି,ତା.୨୧.୦୪.୨୦୨୬

 

ଗଜପତି ଜିଲ୍ଲା ପ୍ରଶାସନ ଆଜି ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ସାମୂହିକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ୧୭ ଯୋଡ଼ା କନ୍ୟା ଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି । ନିଜ ପାରମ୍ପରିକ ରୀତିନୀତି ଅନୁଯାୟୀ ଆୟୋଜିତ ଏହି ପବିତ୍ର କାର୍ଯ୍ୟକ୍ରମରେ ଜିଲ୍ଲାର ଆର୍ଥିକ ଦୁର୍ବଳ ଶ୍ରେଣୀର ଯୋଗ୍ୟ ଦମ୍ପତ୍ତିମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନିଦ୍ର ହୋନ୍ନନାଗାଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ ଯୋଗଦେଇ ନବ ଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିଲେ ଏବଂ ୪୫୦୦୦/- ଟଙ୍କା ସହାୟତା ରାଶି ଚେକ୍ ମାଧ୍ୟମରେ ପ୍ରଦାନ କରିଥିଲେ। ସମ୍ମାନିତ ଅତିଥି ଭାବରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ କାମଦେବ ବଡ଼ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମନୋରମା ଦେବୀ, ଜିଲ୍ଲା ଶିକ୍ଷା ଅଧିକାରୀ ଡ଼.ମାୟାଧର ସାହୁ ପ୍ରମୁଖ ମଞ୍ଚାସିନ ଥିଲେ।

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଆର୍ଥିକ ସହାୟତା ନୁହେଁ, ଏହା ସାମାଜିକ ସୁରକ୍ଷା ଓ ମହିଳା ସଶକ୍ତୀକରଣ ଦିଗରେ ରାଜ୍ୟ ସରକାରଙ୍କ ଏକ ଐତିହାସିକ ପଦକ୍ଷେପ। ଏହି ଯୋଜନା ବାଲ୍ୟ ବିବାହ ଓ ଯୌତୁକ ପ୍ରଥା ନିବାରଣ କରିବା ସହ ସମାଜକୁ ବାର୍ତା ଦେଉଛି ଯେ, ଝିଅମାନେ ପିତାମାତାଙ୍କ ପାଇଁ ବୋଝ ନୁହନ୍ତି, ସେମାନେ ଭଗବାନଙ୍କ ଆଶୀର୍ବାଦ। ଏହି ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ପ୍ରତ୍ୟେକ ଯୋଗ୍ୟ କନ୍ୟାଙ୍କୁ ମୋଟ-୬୦୦୦୦/- ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ସେଥିରୁ ୪୫୦୦୦/- ସିଧାସଳଖ କନ୍ୟାର ବ୍ୟାଙ୍କ ଆକାଉଣ୍ଟକୁ ଏବଂ ୧୫୦୦୦/- ଟଙ୍କା ବିବାହ କାର୍ଯ୍ୟ ସମ୍ପାଦନ ପାଇଁ ଖର୍ଚ୍ଚ କରାଯାଇଥାଏ। ଯୋଗ୍ୟତା ଅନୁଯାୟୀ କନ୍ୟାର ବୟସ ୧୮-୩୫ ବର୍ଷ ଏବଂ ବରର ବୟସ ୨୧-୩୫ ବର୍ଷ ମଧ୍ୟରେ ହେବା ଆବଶ୍ୟକ। ବିଧବା ପୁନଃ ବିବାହ, ଅନୁସୂଚିତ ଜାତି , ଜନଜାତି ଓ ଦିବ୍ୟାଙ୍ଗ ଦମ୍ପତ୍ତିଙ୍କୁ ପ୍ରାଥମିକତା ଦିଆଯାଇଥାଏ।

ଆଜିର କାର୍ଯ୍ୟକ୍ରମରେ ସମସ୍ତ ବିବାହ ବୈଧ ପଞ୍ଜୀକରଣ ମାଧ୍ୟମରେ ସମ୍ପନ୍ନ ହୋଇଛି। ଜିଲ୍ଲା ପ୍ରଶାସନ, ମହିଳା ଓ ଶିଶୁ ବିକାଶ ବିଭାଗ ତଥା ସ୍ଥାନୀୟ ସ୍ୱେଚ୍ଛାସେବୀ ସଂଗଠନଙ୍କ ସହଯୋଗରେ ସମସ୍ତ ବ୍ୟବସ୍ଥା କରାଯାଇଥିଲା। ଯୋଗ୍ୟ ହିତାଧିକାରୀଙ୍କୁ ଯୋଜନାର

ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ଉତ୍ସଗୀତା ବଡ଼ରଇତ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରୋଗ୍ରମ ଅଧିକାରୀ ଶ୍ରୀମତୀ ସରଳା ପାତ୍ର ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ବ୍ଲକ୍ର ଜନପ୍ରତିନିଧି,ଜିଲ୍ଲାର ସମସ୍ତ ସିଡ଼ିପିଓ, ଆଇଏସଆରଡି ସାମଜିକ ସୁରକ୍ଷା କର୍ମୀ ଉପସ୍ଥିତି ରହି ସହଯୋଗ କରିଥିବା ବେଳେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟ ପ୍ରୋଗ୍ରମା ଅଧିକାରୀ ଶ୍ରୀମତୀ ସ୍ନିଗ୍ଧାରାଣୀ ଭୂୟାଁ ସମସ୍ତ କାର୍ଯ୍ଯକ୍ରମ କୁ ପରିଚାଳନା କରିଥିଲେ।

You may have missed