March 10, 2026

ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଶୁଣିବେ ଲୋକଙ୍କ ଅଭିଯୋଗ

IMG-20240621-WA0055
Share

ଭୁବନେଶ୍ବର:(ରାଜାରାମ ଷଡଙ୍ଗୀ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା ସୂଚନାପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ। ଲୋକଙ୍କ ମୁଖ୍ୟମନ୍ତ୍ରୀ, ଲୋକଙ୍କ ସରକାର ଙ୍କ ଉଦାହରଣ ଅଟେ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହୋଇଅଛି।
ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନିର୍ଦ୍ଧେଶ ହେବ।
ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି।
ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।