ଜଟଣୀ ବ୍ଲକରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ

ଖୋର୍ଦ୍ଧା-( ପ୍ରିୟଙ୍କା ମହାପାତ୍ର)ଜଟଣୀ ବ୍ଲକ ପରିସରରେ ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଜନଶୁଣାଣୀ ଶିବିରରେ ସାଧାରଣ ଜନତାଙ୍କ ପକ୍ଷରୁ ମୋଟ ୩୮ଟି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୬ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା।ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ, ଉପ-ଜିଲ୍ଲାପାଳ ଏବଂ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗକାରୀଙ୍କ ସମସ୍ୟା ଶୁଣିଥିଲେ ଓ ସମ୍ପୃକ୍ତ ବିଭାଗକୁ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ପ୍ରଦାନ କରିଥିଲେ। ଜନସାଧାରଣଙ୍କ ସମସ୍ୟାର ଶୀଘ୍ର ଓ ସ୍ୱଚ୍ଛ ସମାଧାନ ପାଇଁ ଏଭଳି ଜନଶୁଣାଣୀ ଶିବିର ଗୁରୁତ୍ୱପୂର୍ଣ୍ଣ ମଞ୍ଚ ଭାବେ ପରିଗଣିତ
