August 23, 2026

ଗୁରୁଜାଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ ଗୁରୁଜାଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ

IMG-20260821-WA0051
Share

ଗୁରୁଜାଙ୍ଗ: ପୂଜ୍ୟ ସ୍ୱାମୀ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଜନ୍ମସ୍ଥାନ ଗୁରୁଜାଙ୍ଗ ଗ୍ରାମରେ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଉଷ୍ମ ସ୍ୱାଗତ ଜଣାଯାଇଛି।

 

ଏହି ଅବସରରେ ବିଧାୟକ ଶ୍ରୀ ଅଶୋକ ମହାନ୍ତିଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି, ଦଳୀୟ କର୍ମକର୍ତ୍ତା ଓ ବହୁ ସଂଖ୍ୟକ ଲୋକ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ।

 

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ପବିତ୍ର ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ଆଗମନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ବିଶେଷ ଉତ୍ସାହ ଓ ଆନନ୍ଦ ପରିଲକ୍ଷିତ ହୋଇଥିଲା। ସ୍ୱାଗତ ସମୟରେ ଅଞ୍ଚଳର ବିକାଶ ଓ ଜନକଲ୍ୟାଣ ସମ୍ପର୍କିତ ବିଭିନ୍ନ ଆଶା-ଆକାଂକ୍ଷା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସମ୍ମୁଖରେ ରଖାଯାଇଥିଲା।

 

ଅନୁଗୋଳ ରୁ ଅଜିତ୍ କୁମାର ଭୋଇ ଙ୍କ ରିପୋର୍ଟ ଉପାନ୍ତ ଖବର