November 26, 2024

ବୁଗୁଡ଼ାରେ ଦୂର୍ଗାପୂଜା ଓ କାଳୀପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ 

Share

 

ବୁଗୁଡ଼ା : ତା ୨୧/୦୯/୨୪ : ସ୍ଥାନୀୟ ବ୍ଯବସାୟୀ ସଂଘ ପକ୍ଷରୁ ଆଗାମୀ ଦୁର୍ଗା ପୂଜା ଓ କାଳୀ ପୂଜା ଉପଲକ୍ଷେ ଆଜି ମଦନ ମୋହନ ଛକସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପଠାରେ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମ ଅବସରରେ ପୂଜା କମିଟିର ସଦସ୍ୟଗଣ ବାଦ୍ଯ ବାଜଣା ସହ ଏକ ଶୋଭାଯାତ୍ରାରେ ବାହାରି ଗ୍ରାମ୍ଯ ଭ୍ରମଣ ପୂର୍ବକ ମା’ଙ୍କ ପୂଜା ମଣ୍ଡପସ୍ଥଳରେ ଶୁଭଖୁଣ୍ଟିକୁ ସ୍ଥାପନ କରିଥିଲେ । ଉକ୍ତ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମରେ ପୁରୋହିତ ଭାବେ ଚିତ୍ତରଞ୍ଜନ ଦାଶ ଓ ଷଷ୍ଠୀ ପ୍ରସାଦ ହୋତା ଯୋଗ ଦେଇ ଯଥା ରୀତିନୀତି ପ୍ରକାରେ ପୂଜା କାର୍ଯ୍ୟ ସମ୍ପାଦନ କରିଥିବା ବେଳେ କର୍ତ୍ତା ଭାବେ ଭେଙ୍କେଟ ସୁବୁଦ୍ଧି ଦାୟିତ୍ବ ନିର୍ବାହ କରିଥିଲେ । ଏହି କାର୍ଯ୍ୟକ୍ରମରେ ମନୋରଞ୍ଜନ ଦାଶ, କେଦାର ନାଥ ମହାରଣା, ଶେଷଦେବ ପାତ୍ର, ରୂପମ୍ ସୁବୁଦ୍ଧି, ସୁଜନ ଦାଶ, ଆଲୋକ ଦାଶ, ଶଙ୍କର ସାହୁ ଓ ଲିଟୁ ସାହୁଙ୍କ ସମେତ ସଂଘର ଅନ୍ୟାନ୍ୟ ସଦସ୍ୟବୃନ୍ଦ ଉପସ୍ଥିତ ରହିଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.