November 26, 2024

ଝାରବନ୍ଧ ରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବିରେ ଅମରଣ ଅନଶନ 

Share

 

ଝାରବନ୍ଧ : 21/09(ଜୟନ୍ତ କୁମାର ସେଠ) ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ଠାରେ ଥିବା ପ୍ରାଥମିକ ସ୍ୱାସ୍ଥ କେନ୍ଦ୍ର ରେ ସ୍ଥାୟୀ ଡାକ୍ତର ନିଯୁକ୍ତି ପାଇଁ ସମାଜ ସେବୀ ଶ୍ରୀ ଜୟ କୁମାର ନିଗମ ଙ୍କ ନେତୃତ୍ୱ ରେ ଆଜିଠୁ ଅନିର୍ଦିଷ୍ଟ କାଳ ପର୍ଯନ୍ତ ଆମରଣ ଅନଶନ ରେ ଝାରବନ୍ଧ ବାସୀ ବସିଛନ୍ତି l ଅନ୍ୟ ମାନଙ୍କ ମଧ୍ୟରେ ପ୍ରମୋଦ ସାହୁ, କୁସୁମ ପ୍ରଧାନ, କୁମାର ଗୌରବ ବେହେରା, ରାମଚନ୍ଦ୍ର ପ୍ରଧାନ, ମୁକେଶ ସାହୁ, ଟିକୁ ବନଛୋର, ରାମଲାଲ ସତନାମୀ, ଆନନ୍ଦ ବାଗ, ଧନୁର୍ଯ୍ୟ ସିଦlର, ଭୋଜରାଜ ପଟେଲ, ଲୋକନାଥ ପଟେଲ, ଲୋକନାଥ ରଣା, ଗୋବିନ୍ଦ ପଟେଲ,ପ୍ରଦୀପ ସାହୁ, ସୁମେନ୍ଦୁ ସାହୁ ପ୍ରମୁଖ ଧାରଣ ସ୍ଥାନ ରେ ଉପସ୍ଥିତ ଥିଲେ l ଝାରବନ୍ଧ ବାସୀ ମୁଖ୍ୟ ଦାବୀ ରଖିଛନ୍ତି ଯେତେ ଦିନ ପର୍ଯନ୍ତ ସ୍ଥାୟୀ ଡାକ୍ତର ନିଯୁକ୍ତି ନ ଦେବେ ସେତେ ଦିନ ପର୍ଯନ୍ତ ଅନଶନ ରୁ ଉଠିବେ ନାହିଁ ବୋଲି ସମାଜ ସେବୀ ଜୟକୁମାର ନିଗମ ସରକାର କୁ ଚେତାବନୀ ଦେଇଛନ୍ତି l

 

ବରଗଡ ଜିଲ୍ଲା ପଦ୍ମପୁର ରୁ ଜୟନ୍ତ କୁମାର ସେଠ ଙ୍କ ରିପୋର୍ଟ ଉପାନ୍ତ ଖବର

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.