November 26, 2024

ଆର୍ଯ୍ୟକନ୍ୟା ଗୁରୁକୂଳରେ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର 

Share

 

 

 

ବେଲଗୁଣ୍ଠା, 21/09, ବେଲଗୁଣ୍ଠା ବ୍ଳକ ତନରଡ଼ା ସ୍ଥିତ ଆର୍ଯ୍ୟକନ୍ୟା ଗୁରୁକୁଳରେ ବ୍ଳକ୍ ସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I କାର୍ଯ୍ୟକ୍ରମକୁ ଆର୍ଯ୍ୟକନ୍ୟା ଗୁରୁକୁଳ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ସେଠି ଉଦ୍ଘାଟନ କରିଥିବାବେଳେ ଏଥିରେ ମୁଖ୍ୟ ଅତିଥି ରୂପେ ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ଏବଂ ସମ୍ମାନିତ ଅତିଥି ରୂପେ ବେଲଗୁଣ୍ଠା ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ ଯୋଗ ଦେଇଥିଲେ I ପାଠ ଚକ୍ରରେ ବିଚାରକ ରୂପେ ବେଲଗୁଣ୍ଠା ବିଜ୍ଞାନ ମହା ବିଦ୍ୟାଳୟର ରାସାୟନିକ ବିଜ୍ଞାନ ଅଧ୍ୟାପକ ଡ଼ଃ. ପ୍ରଦ୍ୟୁମ୍ନ କୁମାର ସାହୁ,ଗଣିତ ଅଧ୍ୟାପକ ଏସ. ରାଜେଶ୍ୱର ପୃଷ୍ଟି ଯୋଗ ଦେଇଥିଲେ I ପାଠଚକ୍ରରେ ବ୍ଲକ ର 24 ଟି ଉଚ୍ଚ ବିଦ୍ୟାଳୟରୁ 21 ଜଣ ଛାତ୍ରଛାତ୍ରୀ ସେମାନଙ୍କ ପ୍ରକଳ୍ପ ଉପସ୍ଥାପନ କରିଥିଲେ I ଏଥିରେ ପ୍ରତାପ ଲକ୍ଷ୍ମଣ ପୁର ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ରୀ ତେଜସ୍ୱିନୀ ପାତ୍ର ପ୍ରଥମ ସ୍ଥାନ,ନେଟଙ୍ଗା ଦୀନବନ୍ଧୁ ବିଦ୍ୟାପୀଠ ଛାତ୍ରୀ ସୁପ୍ରିୟା ନାୟକ ଦ୍ୱିତୀୟ ଏବଂ ଆର୍ଯ୍ୟ କନ୍ୟା ଗୁରୁକୁଳ ଛାତ୍ରୀ ସ୍ମୃତି ରାଣୀ ମଲ୍ଲିକ ତୃତୀୟ ସ୍ଥାନ ହାସଲ କରିଥିଲେ I ଏଥିରେ ଅନ୍ୟମାନଙ୍କ ମଧ୍ୟରେ ବିଜ୍ଞାନ ଶିକ୍ଷୟିତ୍ରୀ ସୁଜାତା କୁମାରୀ ପଣ୍ଡା ଏବଂ ରଶ୍ମିତା କୁମାରୀ ସାହୁ ଉପସ୍ଥିତ ଥିଲେ I ସହକାରୀ ଶିକ୍ଷକ ପ୍ରଶାନ୍ତ କୁମାର ସେଠି, ସୁଷମା ମହାରଣା,ପ୍ରଦୀପ୍ତ କୁମାର ଷଡ଼ଙ୍ଗୀ,ଘନଶ୍ୟାମ ବେହେରା, ଅକ୍ଷୟ କୁମାର ଜେନା,ତନୁ ବେହେରା, ଗୀତାଞ୍ଜଳି ମିଶ୍ର,ସନ୍ତୋଷ କୁମାର ସାହୁ,ବିଦ୍ୟାଳୟ କର୍ମଚାରୀ ଅରବିନ୍ଦ କୁମାର ସାହୁ,ସନତ କୁମାର ଗୌଡ଼ ଓ ଅଜିତ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ନୂଆଗାଁ ହାଇସ୍କୁଲର ଶିକ୍ଷକ ବିଷ୍ଣୁ ପ୍ରସାଦ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.