June 21, 2026

ମହାରାଷ୍ଟ୍ର ଓ ଝାରଖଣ୍ଡର ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଶେଷ ହୋଇଛି। ଭୋଟ ଶେଷ ହେବା ମାତ୍ରେ ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ ପୋଲ ରେଜଲ୍ଟ ମଧ୍ୟ ସାମ୍ନାକୁ ଆସିଛି।..

IMG-20241121-WA0006
Share

 

 

*ବିଭିନ୍ନ ଏକଜିଟ ପୋଲର ଆକଳନ କହୁଛି ମହାରାଷ୍ଟ୍ରରେ ବିଜେପି ନେତୃତ୍ୱାଧୀନ ମହାୟୁତି ପୁଣି ସରକାର ଗଠନ କରିବ। ମହାରାଷ୍ଟ୍ରର ୨୮୮ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ହେଉଛି ୧୪୫। ଆସନ୍ତା ୨୩ ତାରିଖରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।*

 

*ମାଟ୍ରିଜ କରିଥିବା ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ମହାରାଷ୍ଟ୍ରରେ ୧୫୦-୧୭୦ଟି ଆସନ ଜିତିବ। ସେହିପରି କଂଗ୍ରେସ, ଉଦ୍ଧବ ଠାକରେଙ୍କ ଶିବସେନା ଓ ଶରଦ ପାୱାରଙ୍କ ଏନସିପି ମିଳିତ ଭାବେ ଗଠନ କରିଥିବା ମହା ବିକାଶ ଅଘାଡ଼ି ୧୧୦ରୁ ୧୩୦ ଓ ଅନ୍ୟାନ୍ୟ ଦଳ ୮ରୁ ୧୦ଟି ଆସନ ଜିତିବେ।*

 

*ଏହି ସଂସ୍ଥା ଆହୁରି କହିଛି ଯେ ମହାରାଷ୍ଟ୍ରରେ ବିଜେପି ଏକାକୀ ୮୯ରୁ ୧୦୧, କଂଗ୍ରେସ ୩୯ରୁ ୪୭, ଶିବସେନା ୩୭ରୁ ୪୫, ଏନସିପି(ଶରଦ ପାୱାର) ୩୫ରୁ ୪୩, ଶିବସେନା(ଉଦ୍ଧବ ଠାକରେ) ୨୧ରୁ ୨୯ ଓ ଏନସିପି(ଅଜିତ ପାୱାର) ୧୭ରୁ ୨୬ଟି ଆସନ ଜିତିବ।*

 

*ପି-ଏମଆରକ୍ୟୁ ଏକଜିଟ ପୋଲରେ କୁହାଯାଇଛି ଯେ ବିଜେପି ମେଣ୍ଟ ୧୩୭ରୁ ୧୫୭, ଏମଭିଏ ୧୨୬ରୁ ୧୪୬ ଓ ଅନ୍ୟାନ୍ୟ ଦଳ ୨ରୁ ୮ଟି ଆସନ ଜିତିବେ।*

 

*ପିପୁଲ୍ସ ପ୍ଲସ କହିଛି ମହାରାଷ୍ଟ୍ରରେ ବିଜେପି ମେଣ୍ଟ ୧୭୫ରୁ ୧୯୫, ଏମଭିଏ ୮୫ରୁ ୧୧୨ ଓ ଅନ୍ୟାନ୍ୟ ଦଳ ୭ରୁ ୧୨ଟି ଆସନ ପାଇବେ।*