April 27, 2026

ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି …

IMG-20260122-WA0125
Share

 

 

ଭୁବନେଶ୍ୱର ( ଦେବାଶିଷ ଦାଶ )

 

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଫେବ୍ରୁଆରି ପ୍ରଥମ ସପ୍ତାହରେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ, କାର୍ଯ୍ୟକ୍ରମ ଅନୁସାରେ, ଫେବ୍ରୁଆରି ୨ ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଏବଂ ୩ ତାରିଖରେ ବାଲେଶ୍ୱରର ଫକୀରମୋହନ ବିଶ୍ୱବିଦ୍ୟାଳୟର ୧୨ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ, ରେମୁଣା ନୂଆପାଢ଼ିସ୍ଥିତ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ରାଷ୍ଟ୍ରପତି ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ, ଫେବ୍ରୁଆରି ୪ ତାରିଖରେ ରାଷ୍ଟ୍ରପତି ଯାଜପୁର ଗସ୍ତ କରିବେ, ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ମା’ ବିରଜାଙ୍କ ଦର୍ଶନ କରିବେ, ତାପରେ ଫେବ୍ରୁଆରି ୫ ଓ ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ, ଏହି ଗସ୍ତ ଅନ୍ତର୍ଗତ ରାଇରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ମଧ୍ୟ ରହିଛି, ଗସ୍ତ ସମାପ୍ତି ପରେ ରାଷ୍ଟ୍ରପତି ଭୁବନେଶ୍ୱର ଫେରି ସେଠାରୁ ଛତିଶଗଡ଼ ଯିବାର କାର୍ଯ୍ୟକ୍ରମ ରହିଛି ।