June 22, 2026

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

IMG-20260622-WA0045
Share

ପାରଳାଖେମଣ୍ଡି,ତା.୨୨.୦୬.୨୦୨୬

 

ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ ରେ ଯୋଗଦାନ କରି କାଶୀନଗର ପଞ୍ଚାୟତ ସମିତିର ସମୁଦାୟ ମୋଟ- ୩୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୮ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା – ୧୪ ଗୋଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ଗୋଟିଏ ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୯ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି। ସେଥି ମଧ୍ୟରୁ ୧୨ ଜଣ ଖାଉଟି କାର୍ଡ ବଣ୍ଟନ କରାଯାଇଛି। ୫ ଜଣକୁ ଅନ୍ତୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ,୧୦ ଜଣ ମୂର୍ତ୍ତିକା ସ୍ଵାସ୍ଥ୍ୟ କାର୍ଡ ଓ ୧୦ ଜଣ ଅଙ୍ଗନୱାଡ଼ି କର୍ମୀଙ୍କୁ ମୋବାଇଲ୍ ଫୋନ୍ ବଣ୍ଟନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋସାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍. ବୀରରାଜୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।