November 26, 2024

ଗୋବରା ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆଇନ୍ ସଚେତନତା ଶିବିର

Share

 

ବେଲଗୁଣ୍ଠା,22/09, ବେଲଗୁଣ୍ଠା ବ୍ଳକ୍ ଗୋବରା ସ୍ଥିତ ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଭଞ୍ଜନଗର ତାଲୁକ୍ ଲିଗାଲ୍ ସର୍ଭିସ୍ କମିଟି ଆନୁକୂଲ୍ୟରେ ଏକ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି I ଭଞ୍ଜନଗର ତାଲୁକ୍ ଲିଗାଲ୍ ସର୍ଭିସ୍ କମିଟି ଅଧ୍ୟକ୍ଷ ତଥା ମାନ୍ୟବର ଏଡିଜେ ଦେବଦତ୍ତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିଥି ରୂପେ ସିଭିଲ୍ ଜଜ୍ ଦେବାଶିଷ ବିଷୋୟୀ,ମାନ୍ୟବର ଜେଏମ୍ଏଫସି ଭିୟେଣ୍ଣା ନାୟକ, ଭଞ୍ଜନଗର ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ ସୁଜିତ୍ କୁମାର ନାୟକ,ତାଲୁକ୍ ଲିଗାଲ୍ ସର୍ଭିସ୍ କମିଟି ସଦସ୍ୟ ଅଳକା ମଞ୍ଜରୀ ପଟ୍ଟନାୟକ,ଡ.ପୂର୍ଣ୍ଣ ଚନ୍ଦ୍ର ତ୍ରିପାଠି,ପ୍ରଫୁଲ୍ଲ କୁମାରୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ମାମା ପରିଡ଼ା ପ୍ରମୁଖ ଯୋଗ ଦେଇଥିଲେ I ଉପସ୍ଥିତ ଅତିଥି ମାନେ ମୁଖ୍ୟତଃ ପୋକ୍ସୋ ଆକ୍ଟ,ମହିଳା ସୁରକ୍ଷା ଆଇନ୍ ସମ୍ପର୍କରେ ଆଲୋଚନା କରିବା ସହିତ ଛାତ୍ରୀ ମାନଙ୍କୁ ମହିଳାଙ୍କ ପାଇଁ ଥିବା ଆଇନ୍ ଗୁଡ଼ିକ ସମ୍ପର୍କରେ ସଚେତନ କରାଇଥିଲେ I କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଥାନୀୟ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା, ସମାଜ ସେବୀ, ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ I ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I

ଵେଲଗୁଣ୍ଟା, ରିପୋର୍ଟ ପଞ୍ଚାନନ, ସାହୁ

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.