May 11, 2026

ଜିଲ୍ଲାସ୍ତରୀୟ ନେତାଜୀ ସୁବାଷ ବୋଷ ଜୟନ୍ତୀ ପାଳିତ

IMG-20250123-WA0029
Share

 

 

ପାରଳାଖେମୁଣ୍ଡି,

 

ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୁରୁଣା କୋର୍ଟ ଛକ ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ପାଳିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ଏଥିରେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଯତୀନ୍ଦ୍ର କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ଗଜପତି, ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ, ଅତିରିକ୍ତ ଜିଲ୍ଲାପାଳ ଗଜପତି, ଶ୍ରୀ କମଳକାନ୍ତ ପଣ୍ଡା, ଡେପୁଟି କଲେକ୍ଟର (ଜରୁରୀ କାଳୀନ ବିଭାଗ) ଗଜପତି , ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ,ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗଜପତି ସମେତ ପୌରପରିଷଦ ର ସମସ୍ତ କର୍ମଚାରୀ ,ସ୍ଥାନୀୟ ଜନସାଧାରଣ ଓ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।