March 8, 2026

ଗଜପତି:- ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

IMG-20260223-WA0027
Share

ଗଜପତି ଜିଲ୍ଲା ନୂଆଗଡ ବ୍ଲକ ସ୍ଥିତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ;ଯାଇଅଛି ।

ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ଵୀରାଜ ମଣ୍ଡଳ , ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା , ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇ ସମାଧାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ନୂଆଗଡ ପଞ୍ଚାୟତ ସମିତି’ର ମୋଟ-୬୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୧୮ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା ୫୦ ଗୋଟି ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଛନ୍ତି।

କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ ଜଣଙ୍କୁ ନୂତନ ଭାବେ ମଧୁବାବୁ ପେନସନ ଯୋଜନାରେ ସାମିଲ୍ କରା ଯାଇଥିବା ବେଳେ ଜଣେ ଦିବ୍ୟାଙ୍ଗକୁ ବିବାହ ପ୍ରୋତ୍ସାହନ ରାଶି ୨ ଲକ୍ଷ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ଏବଂ ଯୋଗାଣ ବିଭାଗ ତରଫରୁ ୭ ଜଣଙ୍କୁ ନୂତନ ରେସନ କାର୍ଡ ପ୍ରଦାନ କରାଯାଇଛି।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା ,ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।

ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ନୂଆଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମାଳତୀ ପ୍ରଧାନ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲୋକନାଥ ଶବର , ତହସିଲଦାର ମୋନାଲିସା ଆଚାରୀ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନ ପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

——————————————-

ଗଣେଶ କୁମାର ରାଜୁ

ପାରଳାଖେମୁଣ୍ଡି (ଗଜପତି)

——————————————–