July 24, 2026

ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ଵାସ୍ତ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ

IMG-20230723-WA0006
Share

ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ଵାସ୍ତ୍ୟ ଚିକିତ୍ସା ଶିବିର ଅନୁଷ୍ଠିତ

ଉଲୁଣ୍ଡା – ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ତେଲେଣ୍ଡା ଗ୍ରାମ ଠାରେ ରବିବାର ୪୭ତମ ମେଗା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଚିତ୍ତଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ କଟକ ପକ୍ଷରୁ ଆୟୋଜିତ ଏହି ସ୍ୱାସ୍ଥ୍ୟ ଶିବିରକୁ ବିରାମହରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିବାବେଳେ ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ, ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ସୋନପୁର ପୂର୍ବତନ ନଗରପାଳ ପ୍ରକାଶ ଚନ୍ଦ୍ର ସାହୁ ଯୋଗଦେଇ ଥିଲେ l ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟର ମୁଖ୍ୟ ପରାମର୍ଶ ଦାତା ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଦତେଶ୍ୱର ହୋତା, ଟ୍ରଷ୍ଟର ଅଧ୍ୟକ୍ଷ ଗୋଧନେଶ୍ୱର ହୋତା, ସମ୍ପାଦକ ରାଜେଶ୍ୱର ହୋତା ପ୍ରମୁଖ ଉପସ୍ଥିତ ଥିଲେ l ଏହି ଶିବିରରେ କଟକ, ସମ୍ବଲପୁର, ବୁର୍ଲା, ବଲାଙ୍ଗୀର, ଏବଂ ସୋନପୁର ଡାକ୍ତରଖାନାରୁ ବିଭିନ୍ନ ବିଭାଗର ୧୯ଜଣ ଡାକ୍ତର ଯୋଗଦେଇ ପ୍ରାୟ ଏକ ହଜାରରୁ ଉର୍ଦ୍ଧ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିବାବେଳେ ଚିକିତ୍ସିତ ରୋଗୀ ମାନଙ୍କୁ ମାଗଣାରେ ଔଷଧ ସହ 156ଜଣଙ୍କୁ ମାଗଣାରେ ଚଷମା ପ୍ରଦାନ କରାଯାଇଥିଲା l ଟ୍ରଷ୍ଟର ସମସ୍ତ କର୍ମକର୍ତା ଏବଂ ସ୍ଥାନୀୟ ସ୍ବେଛାସେବୀ ମାନେ ସହଯୋଗ କରିଥିଲେ l

You may have missed