November 26, 2024

ଅନ୍ତର୍ବା ଠାରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ …

Share

     ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଅନ୍ତର୍ବା ଠାରେ ଜିଲ୍ଲାପାଳ ବିଜୟ କୁମାର ଦାସ ଅଭିଯୋଗ ଶୁଣାଣି କରିଥିଲେ। ଏହି ଶୁଣାଣି ଶିବିରରେ ମୋହନା ବ୍ଲକ ଅନେକ ଗ୍ରାମ ପଞ୍ଚାୟତ ର ଜନସାଧାରଣ ନିଜ ନିଜ ଅଭିଯୋଗ ଧରି ଯାଇ ଜିଲ୍ଲାପାଳଙ୍କ ହସ୍ତକ୍ଷେପ ପାଇଁ ଅନୁରୋଧ କରିଥିଲେ। ଏହି ଶିବିରରେ ନିଜ ନିଜର ବ୍ୟକ୍ତିଗତ ସହ ସାମୁହିକ କାର୍ଯ୍ୟ ସମ୍ପର୍କରେ ଜିଲ୍ଲାପାଳ ଙ୍କୁ ଅବଗତ କରାଇଥିଲେ। ଏହି ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲାପାଳ ଙ୍କ ସମେତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ ଡ. ଗୁଣନିଧି ନାୟକ, ପୋଲିସ ଉପ ଆରକ୍ଷୀ ଅଧିକ୍ଷକ, ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ଉପାଧ୍ୟକ୍ଷ ବାଲ୍ମୀନା ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଅଧିବାସୀ ମଙ୍ଗଳ ବିଭାଗ ଅଧିକାରୀ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ର ପ୍ରକଳ୍ପ ପ୍ରଶାସକ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ, ମୋହନା ବିଡ଼ିଓ ରାଜୀବ ଦାସ, ତହସିଲଦାର ସତ୍ୟବାନ ନାୟକ, ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ଆଶିଷ କୁମାର ଶତପଥୀ, ପ୍ରସାଦ କୁମାର ପଣ୍ଡା, ପାନୀୟ ଜଳ ଯୋଗାଣ ଜିଲ୍ଲା ଅଧିକାରୀ, ବନ ବିଭାଗ ସମେତ ସମସ୍ତ ଜିଲ୍ଲା ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣାଣିରେ ସହଯୋଗ କରିଥିଲେ।

You may have missed

ଅଲିଭ ରିଡ଼ଲେ କଇଁଛଙ୍କ ଆଗମନ ପୂର୍ବରୁ ଚମକିଲା ପୋଡ଼ମପେଟା ବେଳାଭୂମି ଛତ୍ରପୁର -୨୫/୧୧/୨୪(ଅରୁଣ କୁମାର ପଣ୍ଡା )ଶୀତଋତୁର ଆଗମନରେ ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ନଦୀ ମୁହାଣ ନିକଟସ୍ଥ ପୋଡ଼ମପେଟା ବେଳାଭୂମି ତଥା ଗୋଖରକୁଦା ଅଞ୍ଚଳ ଅଲିଭ ରିଡ଼ଲେ କଇଁଛମାନଙ୍କ ଆଗମନରେ ଚଳଚଞ୍ଚଳ ହୋଇଉଠେ। ଏହି ବିରଳ ପ୍ରଜାତିର କଇଁଛମାନଙ୍କର କିପରି ସୁରକ୍ଷା କରାଯାଇପାରିବ ତଥା ବେଳାଭୂମିର ସୌନ୍ଦର୍ଯ୍ୟ ରକ୍ଷା କରାଯାଇପାରିବ ସେ ନେଇ ଆଜି ଗଞ୍ଜାମ ନିକଟସ୍ଥ ପୋଡ଼ମପେଟା ବେଳାଭୂମିରେ ଟାଟା ଷ୍ଟିଲ ଫାଉଣ୍ଡେସନ, ଓ.ଏସ.ଏ.ପି. ୮ମ ବାଟାଲିୟନ, ରାମଚଣ୍ଡୀ ପୂଜା କମିଟି ଓ ସେବା ପ୍ରତିନିଧି ସଙ୍ଗଠନର ମିଳିତ ଉଦ୍ୟମରେ ଏକ ବିଶାଳ ସଫେଇ କାର୍ଯ୍ୟକ୍ରମ ସକାଳ ୮ଘଟିକାରୁ ଆରମ୍ଭ ହୋଇ ଦିବା ୯.୩୦ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ସହଯୋଗର ହାଥ ବଢାଇଥିଲେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା, ସହକାରୀ ପରିଚାଳକ ରାଜେଶ୍ୱରୀ ଗୌଡ଼, ଅଶ୍ୱିନୀ କୁମାର ପୃଷ୍ଟି, ବାଟାଲିୟନ କମାଣ୍ଡାଣ୍ଟ ଶାରଦା ପ୍ରସାଦ ଦାଶ, ଛତ୍ରପୁର ଏସଡ଼ିଜେଏମ କୋର୍ଟର କ୍ୟାଡ଼ର ଏପିପି ରାଜେଶ କୁମାର ମିଶ୍ର, ସମାଜସେବୀ ମନୋଜ ମିଶ୍ର, ଟୁଟୁ ନାୟକ, ଏସ. ରବି, ରାଜେଶ ପାତ୍ର, ଦିନେଶ ମହାନ୍ତି, ଦୀପକ ବେହେରା, ମାଧବ ସାସମଲ, ଓକିଲ ଲସିତ ବେହେରା, ନାରାୟଣ ସାହୁ ପ୍ରମୁଖ। ସେହିପରି ଏହି କାର୍ଯ୍ୟ ନିମନ୍ତେ କୋଟକ ମହିନ୍ଦ୍ରା ବ୍ୟାଙ୍କ ସମସ୍ତ ଆବଶ୍ୟକୀୟ ସହାୟତା ଯଥା ଗ୍ଲୋବସ୍ ଓ ଝୋଟ ବସ୍ତା ଯୋଗାଇ ଦେଇଥିଲେ। ଶେଷରେ ଟାଟା ଷ୍ଟିଲ ଫାଉଣ୍ଡେସନର ବନ୍ୟଜନ୍ତୁ ସଂରକ୍ଷଣ ପରିଚାଳକ ଡ଼ଃ ସୁବ୍ରତ ଦେବତା ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ଏହି କାର୍ଯ୍ୟ ଆଗକୁ ଜାରି ରହିବ ବୋଲି ସୂଚନା ଦେଇଥିଲେ।.