April 28, 2026

ପାରଳାଖେମୁଣ୍ଡି ସହରରେ ର ବିଜୁ ଜନତାଦଳର ପଦଯାତ୍ରା 

IMG-20241023-WA0034
Share

 

 

ପାରଳାଖେମୁଣ୍ଡି:୨୩/୧୦(ଗରୁଡ଼ ଧ୍ୱଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ବିଜୁ ଜନତା ଦଳର ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପଦଯାତ୍ରାରେ ଶତାଧିକ ନେତା ଓ କର୍ମୀ ସାମିଲ ହୋଇଥିଲେ। ସ୍ଥାନୀୟ ଜଗନ୍ନାଥ ମନ୍ଦିର ଠାରୁ ଏହି ପଦଯାତ୍ରା ବାହାରି ହାଇସ୍କୁଲ ଛକ ଠାରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ଏହାପରେ ବଜାର ଛକ ଠାରେ ଥିବା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ପରେ ରାମନଗର ଠାରେ ଥିବା ହାଇଟେକ୍ ଆପାର୍ଟମେଣ୍ଟରେ ପହଞ୍ଚିଥିଲେ। ପାରଳା ବିଧାୟକ ଇଂ.ରୁପେଶ କୁମାର ପାଣିଗ୍ରାହୀ ଏହାର ନେତୃତ୍ବ ନେଇଥିଲେ । ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସି ପାତ୍ର, ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ, ପାରଳା ପୌରାଧ୍ୟକ୍ଷା ନିର୍ମଳା ସେଠୀ, ରାଜ୍ୟ ସମ୍ପାଦକ ପ୍ରଦୀପ ନାୟକ, ଜିଲ୍ଲା ଯୁବ ସଭାପତି ଏସ୍. ଲିଙ୍ଗରାଜଙ୍କ ସମେତ ବହୁ ତୁଙ୍ଗ ନେତା ଏଥିରେ ସାମିଲ ହୋଇଥିଲେ.