October 23, 2026

ଉମରକୋଟ ଅପରାଧ ବଢୁଛି ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର………

hand
Share

 

 

ଉମରକୋଟ :-(ଏମ୍.ଦୀନା°ଶୁ ଆଚାରୀ) ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଚିକଲପଦର ନିକଟରେ ଥିବା କେନାଲ ପାର୍ଶ୍ୱ ସଂରକ୍ଷିତ ଜଙ୍ଗଲରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।ଆନୁମାନିକ ବୟସ ୪୦ ରୁ ୪୫ ଵୋଲି ଅନୁମାନ କରାଯାଉଛି। ସକାଳୁ କିଛି ଗ୍ରାମବାସୀ ଶୌଚ ପାଇଁ ଯାଇଥିବା ବେଳେ ମହିଳା ଙ୍କ ମୃତଦେହ ଦେଖି ପୋଲିସ କୁ ଖବର ଦେଇଥିଲେ । ମହିଳାଙ୍କ ମୃତଦେହ କ୍ଷତ ବିକ୍ଷତ ହେବା ସହ ଉଲଗ୍ନ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିବା ପରେ ଘଟଣାକୁ ନେଇ ବିଭିନ୍ନ ପ୍ରକାରର ସନ୍ଦେହ ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ମହିଳାଙ୍କ ଜୋତା ସହ କିଛି ପୋଷାକ ପଡ଼ିଥିବା ଦେଖିବାକୁ ମିଳିଛି। ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ପ୍ରକାଶ ପାଉଛି।ଖବର ପାଇ ଘଟଣାସ୍ଥଳରେ ଉମରକୋଟ ପୋଲିସ ପହଞ୍ଚି ମୃତଦେହ ନିକଟ ରେ ପୋଲିସ ମୁତୟନ ରହିଛନ୍ତି ଏବଂ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । ଏହା ହତ୍ୟାକାଣ୍ଡ ନା ଅନ୍ୟ କୌଣସି କାରଣରୁ ମହିଳାଙ୍କ ମୃତ୍ୟୁ ହୋଇଛି, ତାହା ତଦନ୍ତ ପରେ ସ୍ପଷ୍ଟ ହେବା ନବରଙ୍ଗପୁର ରୁ ସାଇନ୍ଟିଫିକ ଦଳ ଓ ସନ୍ଧନୀ କୁକୁର ଆସି ତଦନ୍ତ କରୁଛି। ବର୍ତ୍ତମାନ ସୁଦ୍ଧା ମହିଳାଙ୍କ କୌଣସି ପରିଚୟ ମିଳିନାହିଁ କିନ୍ତୁ ଅନୁମାନ କରାଯାଉଛି ସେ ମୃତ ମହିଳା ଟିକିରା ସାହି ର ବୋଲି ।