March 13, 2026

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ।

IMG-20231123-WA0107
Share

ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୪/୧୧(ଗରୁଡ ଧ୍ଵଜ ଚୌଧୁରୀ)ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଏବଂ ଜିଲ୍ଲା ପ୍ରଶାସନ, ଗଜପତିଙ୍କ ମିଳିତ ଆନୁକୁଲ୍ୟରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ମେଳାରେ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମାନ୍ୟବର ସାଂସଦ ବ୍ରହ୍ମପୁର, ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହି ମେଳାକୁ ଆନୁଷ୍ଠାନୁିକ ଭାବେ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ, ଅଧ୍ୟକ୍ଷ ଜିଲ୍ଲାପରିଷଦ ଗଜପତି, ଶ୍ରୀମତୀ ମାରୀୟମ ରଇତ,ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଜପତି,ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଜିଲ୍ଲାପାଳ ଗଜପତି, ଡ଼.ଗୁଣନିଧି ନାୟକ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି,ଶ୍ରୀଯୁକ୍ତ ସୁନାରାମ ସିଂ, ଜିଲ୍ଲା ଶିଳ୍ପ ସଂଚାଳକ ଗଜପତି ପ୍ରମୁଖ ମଞ୍ଚାସିନ ଥିଲେ।ଆଜିର ଏହି ପ୍ରଥମ ଦିନ ନିଯୁକ୍ତି ମେଳାରେ ଗୋସାଣୀ,କାଶୀନଗର, ଗୁମ୍ମା ଓ ରାୟଗଡ଼ ୪ଟି ବ୍ଲକର ୭୧୩ ଜଣ ଶିକ୍ଷିତ ଯୁବକ ଓ ଯୁବତୀମାନେ ସେମାନଙ୍କ ନାମ ପଞ୍ଜିକରଣ କରିଥିବା ବେଳେ ୫୩୯ ଜଣଙ୍କୁ ଚୟନ କରଯାଇଛି। ଆଜିର ନିଯୁକ୍ତି ମେଳାରେ ୩୦ ଗୋଟି ସଂସ୍ଥା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା କର୍ମ ନିୟୋଜନ ଅଧିକାରୀ ଶ୍ରୀ ସୌଭାଗ୍ୟ ସ୍ମୃତି ରଞ୍ଜନ ତ୍ରିପାଠୀ ପ୍ରାରମ୍ଭିକ ସୂଚନା ପ୍ରଦାନ ସହ ଧନ୍ୟବାଦ ଅର୍ପଣ କରିଥିଲେ ।

ସେହିପରି ଆସନ୍ତା କାଲି ତା.୨୪.୧୧.୨୦୨୩ ରିଖ ୧୦ ଘଟିକା ସମୟରେ ନୂଆଗଡ ବ୍ଲକ ଅନ୍ତର୍ଗତ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପଡ଼ିଆ ଅନୁଗୁର ଠାରେ ନୂଆଗଡ ବ୍ଲକ ସମେତ ଆର.ଉଦୟଗିରି ଓ ମୋହନା ବ୍ଲକର ଯୁବକ ଯୁବତୀମାନେ ନିଯୁକ୍ତି ମେଳା ଯୋଗ ଦେବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅଧିକାରୀ ସମେତ ବିଭିନ୍ନ ସଂସ୍ଥାର ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ।