ରଣିଗଡ଼ ଗ୍ରାମ ପଞ୍ଚାୟତରେ ଜିଲ୍ଲାପାଳ ଙ୍କ ଜନଅଭିଯୋଗ ଶୁଣାଣି୭୬ଟି ଅଭିଯୋଗ ଗ୍ରହଣ, ୮ଟିର ତତ୍କାଳ ସମାଧାନ….
କୋରାପୁଟ ଜ଼ିଲ୍ଲା ଜୟପୁର ବ୍ଲକର ରାଣୀ ଗୁଡା ଗ୍ରାମ ପଞ୍ଚାୟତର ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଓ ସରକାରୀ ସେବାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି lଏହି ଶିବିରରେ ଅଞ୍ଚଳର ବହୁ ଜନସାଧାରଣ ଯୋଗଦେଇ ନିଜ ନିଜର ବିଭିନ୍ନ ସମସ୍ୟା ଓ ଅଭିଯୋଗ ଜିଲ୍ଲାପାଳଙ୍କ ନିକଟରେ ଉପସ୍ଥାପନ କରିଥିଲେ।ଶିବିରରେ ମୋଟ ୭୬ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୩୮ଟି ବ୍ୟକ୍ତିଗତ ଓ ୩୮ଟି ଗୋଷ୍ଠୀଗତ ଅଭିଯୋଗ ରହିଥିଲା। ଏଥିମଧ୍ୟରୁ ୮ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଆର୍ଥିକ ସହାୟତା, ଘର ପଟ୍ଟା, ଜମିଜମା ବିବାଦ, ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ରାସ୍ତା ଓ ଯାତାୟାତ ଏବଂ ବିଦ୍ୟୁତ୍ ସରବରାହ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଲୋକମାନେ ନିଜ ନିଜର ଅଭିଯୋଗ ଉପସ୍ଥାପନ କରିଥିଲେ।ଜିଲ୍ଲାପାଳ ଉପସ୍ଥିତ ଜନସାଧାରଣଙ୍କଠାରୁ ଅଭିଯୋଗଗୁଡ଼ିକ ଶୁଣିବା ସହ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗର ପ୍ରକୃତ ସ୍ଥିତି ଯାଞ୍ଚ କରି ନିୟମାନୁଯାୟୀ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ। ଯେଉଁ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ସ୍ଥଳ ପରିଦର୍ଶନ ଓ ଅଧିକ ତଦନ୍ତ ଆବଶ୍ୟକ, ସେଗୁଡ଼ିକୁ ପ୍ରାଥମିକତା ଭିତ୍ତିରେ ଯାଞ୍ଚ କରି ଶୀଘ୍ର ସମାଧାନ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗଗୁଡ଼ିକର ନିୟମିତ ଅନୁଧ୍ୟାନ କରି ଲୋକଙ୍କୁ ଉପଯୁକ୍ତ ନ୍ୟାୟ ଓ ସେବା ପ୍ରଦାନ ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ।ଏହି ଶିବିରରେ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରୋହିତ ବର୍ମା,ଉପଜିଲ୍ଲାପାଳ, ଜୟପୁର ଶୁଭ୍ରା ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲା ପରିଷଦର ନିର୍ବାହୀ ଅଧିକାରୀ (CDO-cum-EO) ଶ୍ରୀ ବେଣୁଧର ସବର, PA ITDA ଶ୍ରୀମତୀ ତୃପ୍ତି ବାରାଇ, ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଶ୍ରୀ ରବୀନ୍ଦ୍ର ପଣ୍ଡା, ଜୟପୁର ବିଡିଓ ଶ୍ରୀ ଶକ୍ତି ମହାପାତ୍ର ଓ ତହସିଲଦାର ଶ୍ରୀ ସବ୍ୟସାଚୀ ଜେନା.ସହକାରୀ ନିର୍ବାହୀ ଯନ୍ତ୍ରୀ ଶ୍ରୀ ବିଜୟ କୁମାର ନନ୍ଦଙ୍କ ସମେତ ସମସ୍ତ ଜ଼ିଲ୍ଲା ସ୍ତରୀୟ ଅଧିକାରୀ ସ୍ଥାନୀୟ ସରପଞ୍ଚଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ଓ ବ୍ଲକ୍ସ୍ତରୀୟ ଅଧିକାରୀ, କର୍ମଚାରୀ ଏବଂ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।କୋରାପୁଟ ଜ଼ିଲ୍ଲା ପ୍ରତିନିଧି ଶ୍ରୀ ହରିଶ କୁମାର ପଟ୍ଟନାୟକ ଙ୍କ ରିପୋର୍ଟ ନିୟୁସ ଉପାନ୍ତ ଖବର l

