September 21, 2024

ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ “ନୂଆ-ଓ” କାର୍ଯ୍ୟକ୍ରମ ଉଦଘାଟିତ…

Share

ବୁଗୁଡ଼ା :  ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ଗ୍ରାମସ୍ଥ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ “ନୂଆ-ଓ” ତଥା “ଯୁବ ଓଡିଶା ନବୀନ ଓଡିଶା” କାର୍ଯ୍ୟକ୍ରମର ଶୁଭ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିବା ବେଳେ ଏଥିରେ ମୁଖ୍ୟ ବକ୍ତା ଭାବେ ବ୍ଲକ୍ ଅଧ୍ଯକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ , ସମ୍ମାନିତ ଅତିଥି ଭାବେ ସରପଞ୍ଚ ପ୍ରକାଶ ଚନ୍ଦ୍ର ବେହେରା ଓ ସମିତି ସଭ୍ୟ ଜୟଦେବ ପ୍ରଧାନ , ପ୍ରାକ୍ତନ ସମ୍ପାଦକ ଗୋପାଳ କୃଷ୍ଣ ମହାରଣା ଓ ପ୍ରଫୁଲ୍ଲ କୁମାର ପଣ୍ଡା , ପ୍ରାକ୍ତନ ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ , ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅନିଲ କୁମାର ମହାରଣା , ଜୟଦେବ ରାଉତ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଅଧ୍ଯକ୍ଷ ଅନୁପ କୁମାର ପଣ୍ଡାଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମକୁ ନୋଡାଲ ଅଫିସର ଶଙ୍କର ଆଶିଷ ପାତ୍ର ପରିଚାଳନା କରିଥିବା ବେଳେ ପରିଶେଷରେ ଅଧ୍ୟାପିକା ପ୍ରଜ୍ଞା ପାରମିତା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।