April 26, 2026

କରଚୁଲି ଶିଶୁ ମନ୍ଦିରର ୨୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

ijii
Share

ବୁଗୁଡ଼ା :  ବୁଗୁଡ଼ା ବ୍ଲକ ଅନ୍ତର୍ଗତ କରଚୁଲି ଗ୍ରାମସ୍ଥ ସରସ୍ବତୀ ଶିଶୁ ମନ୍ଦିର ପକ୍ଷରୁ ସ୍ବପରିସରରେ ସପ୍ତବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶିଶୁ ମନ୍ଦିର ପରିଚାଳନା ସମିତି ସଭାପତି ହିମାଂଶୁ ଶେଖର ପଟ୍ଟନାୟକଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରତୀୟ ଷ୍ଟେଟ ବ୍ୟାଙ୍କ କରଚୁଲି ଶାଖା ପରିଚାଳକ ଉମାକାନ୍ତ ଦାଶ ମୁଖ୍ୟ ବକ୍ତା ଭାବେ କଣଛାଇ ହାଇସ୍କୁଲ ପ୍ରଧାନ ଶିକ୍ଷକ ଅଶୋକ କୁମାର ପାଣିଗ୍ରାହୀ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । ଏ ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ପ୍ରଧାନାଚାର୍ଯ୍ଯ ସୁଶାନ୍ତ ପ୍ରଧାନ ବାର୍ଷିକ ବିବରଣୀ କରିଥିବା ବେଳେ ପରିଚାଳନା ସମିତି ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ବେହରା ଅତିଥି ପରିଚୟ ସାଙ୍ଗକୁ ଧନ୍ୟବାଦ ଅର୍ପଣ କରିଥିଲେ। ଉତ୍ସବର ଦ୍ଵିତୀୟ ପର୍ଯ୍ୟାୟରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।