April 27, 2026

କୋକଲୁଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପୁରସ୍କାର ବିତରଣ ଉତ୍ସବ

IMG-20251223-WA0050
Share

 

 

ବେଲଗୁଣ୍ଠା, ୨୩/୧୨, ବେଲଗୁଣ୍ଠା ବ୍ଳକ୍ କୋକଲୁଣ୍ଡା ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଚଳିତ ବର୍ଷର ପୁରସ୍କାର ବିତରଣ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି I ପ୍ରଧାନ ଶିକ୍ଷୟିତ୍ରୀ ଚିନ୍ମୟୀ ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଅତିଥି ରୂପେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି କପିଳ ବରାଡ, ସ୍ଥାନୀୟ ସରପଞ୍ଚ ବିଷ୍ଣୁ ସେଠୀ, ସମିତିସଭ୍ୟ ସୁଧାଂଶୁ ଶେଖର ପୋଲାଇ, ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ, ସିଆରସିସି ରମେଶ କୁମାର ପାଣିଗ୍ରାହୀ, ଅବସରପ୍ରାପ୍ତ ଶିକ୍ଷକ ବସନ୍ତ ଜେନା, ବଲ୍ଲଭ ପଣ୍ଡା, କାଳୀ ଚରଣ ପାଢୀ, ପ୍ରଦୀପ ମାହୁନ୍ତ ପ୍ରମୁଖ ମଞ୍ଚାସୀନ ଥିଲେ I ମଞ୍ଚାସୀନ ଅତିଥି ମାନେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ ଉତ୍ସବର ଗୁରୁତ୍ୱ ଏବଂ ଆବଶ୍ୟକତା ସମ୍ପର୍କରେ ବକ୍ତବ୍ୟ ପ୍ରଦାନ କରିବା ସହିତ ବିଦ୍ୟାଳୟର ବିଭିନ୍ନ ଶୈକ୍ଷିକ ଏବଂ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରଶଂସା ପତ୍ର ଏବଂ ଟ୍ରଫି ଦେଇ ପୁରସ୍କୃତ କରିଥିଲେ I ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଅରୁଣ ଖଣ୍ଡୁଆଳ,ବସନ୍ତ ନାୟକଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ବନିତା ଗୁରୁମା ଧନ୍ୟବାଦ ଜ୍ଞାପନ କରିଥିଲେ I

ବେଲଗୁଣ୍ଟା,ରିପୋଟର,ପଞ୍ଚାନନ,ସାହୁ